ଆଜିର ରାଶିଫଳ: ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ

ଆଜିର ରାଶିଫଳ: ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ
ଆଜିର ରାଶିଫଳ: ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ

ଅଦ୍ୟ ଅକ୍ଟୋବର ୦୫ ତାରିଖ  ୨୦୨୦ ମସିହା (ସୋମବାର) । ମେଷ ରାଶିର ଘାତଚନ୍ଦ୍ର ଓ ମିଥୁନ ରାଶିର ଘାତବାର ।

ମେଷ: ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ । ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ ।

ବୃଷ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି । ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ ।

ମିଥୁନ: ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ । ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି । ବାରୁଦ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି ।

କର୍କଟ: ଆଜି ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସାହାଯ୍ୟ କରିବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ସମସ୍ୟା ସମାଧାନର ଆଶା କରିପାରନ୍ତି ।

ସିଂହ: ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।

କନ୍ୟା: ଆଜି ଅର୍ଥଲାଭ କରାଇବା ସହ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର କରିଦେବେ । ତଥାପି ଖଳକଥାରେ ପ୍ରଭାବିତ ହୋଇ ଚିତ୍ରା ନକ୍ଷତ୍ର ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ ।

ତୁଳା: ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ । ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ ।

ବିଛା: ଆଜି ମନ ଅସ୍ଥିର ରହିବ । କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ ।

ଧନୁ: କାଲିର ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟମୁ୍‌କ୍ତ ହୋଇପାରନ୍ତି । ଦିନର ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ । ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।

ମକର: ଆଜି କୌଣସି କାମରେ ସାହାଯ୍ୟ କରିବାକୁ ମନ ବଳିବ । କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

କୁମ୍ଭ: ଆଜି ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ । ତଥାପି  କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛି ।

ମୀନ: ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ । ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି ।

Share this story