କେଉଁ ରାଶି ପାଇଁ ହେବ ଘାତଚନ୍ଦ୍ର ଏବଂ କାହା ପାଇଁ ଭାଗ୍ୟରେ ରହିବ ଘାତବାର, ଆଜିର ରାଶିଫଳ…

0 201

ଆଜିର ରାଶିଫଳ: ଅଗଷ୍ଟ ୦୫ ତାରିଖ ୨୦୨୦ମସିହା (ବୁଧବାର):

ମେଷ:- ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ । ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ । ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ । କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି ।

ବୃଷ:- ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି । ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ । ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ, କଳା, ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ ।

ମିଥୁନ:- ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି । ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ ।

କର୍କଟ:- ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ ।

ସିଂହ:- ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ । ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟକରିପାରେ । ନୂତନ ନିଯୁକ୍ତି , ସ୍ଥାନାନ୍ତର ସକାଶେ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ । ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।

କନ୍ୟା:- ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ । ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେଇ ଖୁସି ମନେଇବେ ।

ତୁଳା:- ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ । ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ । ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି । ଦୀର୍ଘଦିନରୁ ରହିଆସିଥିବା ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ ।

ବିଛା:- ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ । ନିଜ କର୍ମରେ ଅବହେଳା କରିପାରନ୍ତି । ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ । ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ଧନୁ:- ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ । ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ । ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି । କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ ।

ମକର:- ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ । ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ । ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ ।

କୁମ୍ଭ:- ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ । ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ । ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତିଲାଭ କରିବେ ।

ମୀନ:- ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ । ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ, ପରିବହନରେ ଲାଭ କରିପାରିବେ ।

ମିଥୁନ ଓ ମିନ ରାଶିର ଘାତଚନ୍ଦ୍ର କର୍କଟ ରାଶିର ଘାତବାର ।

Leave A Reply

Your email address will not be published.