ଆଜିର ରାଶିଫଳ: ଆକସ୍ମିକ ଅର୍ଥ ଲାଭହେବ

ଆଜିର ରାଶିଫଳ: ଆକସ୍ମିକ ଅର୍ଥ ଲାଭହେବ
ଆଜିର ରାଶିଫଳ: ଆକସ୍ମିକ ଅର୍ଥ ଲାଭହେବ

ମେଷ:- ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥ ଲାଭହେବ ।

ବୃଷ:- ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମାରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।

ମିଥୁନ:- ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି । ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି । ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ ।

କର୍କଟ:- ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ । ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ ।

ସିଂହ:- ଆଜି ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ।

କନ୍ୟା:- ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

ତୁଳା:- କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି । ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ।

ବିଛା:- ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି ।

ଧନୁ:- ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ । ବାଣିଜ୍ୟରେ ଆଶା କରୁଥିବା ଫଳ ଅବଶ୍ୟ ପାଇବେ ।

ମକର:- ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ । ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ । ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।

କୁମ୍ଭ:- କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

ମୀନ:- ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ହଠାତ୍‌ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।

Share this story

World Odia Language Conferene