ଆଜିର ରାଶିଫଳ: ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ

ଆଜିର ରାଶିଫଳ: ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ
ଆଜିର ରାଶିଫଳ: ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ

ମେଷ: ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ । ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାଇବେ । ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ ।

ବୃଷ: ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ । ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇପାରନ୍ତି ।

ମିଥୁନ: ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି । ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ।

କର୍କଟ: ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦିତ ହୋଇପାରନ୍ତି । ମାଲିମକଦ୍ଦମା ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ । ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।

ସିଂହ: ବିଭିନ୍ନ ପ୍ରକାରର ଯୋଜନା କରିବା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ । ପୂର୍ବରୁ ରହିଥିବା ଋଣ ଭାରରେ ଅତିଷ୍ଠ ହେବେ ମାତ୍ର ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ । ସମସ୍ୟା ସରଳ ସମାଧାନ କରିବାରେ ସଫଳ ହେବେ ।

କନ୍ୟା: ଆଜି ଦିନଟିରେ ଯାହା କିଛି ପାଇବାର ଆଶା କରିବେ ତାହା ପୂରଣ ହୋଇପାରିବ । ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟିର କଥା ମନକୁ ବାଧିପାରେ । ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ଆଜି ଭ୍ରାତୃବିବାଦ କିମ୍ବା ଜମିଜମା ବିବାଦ ଦେଖାଦେଇପାରେ ।

ତୁଳା: ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ବନ୍ଧୁଙ୍କ ନିକଟରୁ ଆସାକରିଥିବା ଅର୍ଥପ୍ରାପ୍ତି ହେବ । ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ । ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି । ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବେ ।

ବିଛା: ଆଜି ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ । ନିଜ ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ । ଘରୋଇ ବ୍ୟାପାରରେ ପଡୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।

ଧନୁ: କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ । ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।

ମକର: ଆଜି ଅସାବଧାନତା ହେତୁ ଦ୍ରବ୍ୟ ଓ ଧନ ହାନି ଘଟିପାରେ । ପ୍ରିୟ ବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଅହେତୁକ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ ।

କୁମ୍ଭ: ଆଜି ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ବିତର୍କର ସୂତ୍ରପାତ ଘଟିପାରେ । ସାହିତ୍ୟ, ସାମ୍ବାଦିକତା,ଚଳଚ୍ଚିତ୍ର ଓ ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନିଜଲୋକ ମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ମନକୁ ବେଶି ବାଧିବ ।

ମୀନ: ଆଜି ମନ ଅସ୍ଥିର ରହିବ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରିବେ ।

Share this story

World Odia Language Conferene