ଆଜିର ରାଶିଫଳ: ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି

ଆଜିର ରାଶିଫଳ: ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି
ଆଜିର ରାଶିଫଳ: ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି

ମେଷ: ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ । ପୂରାତନ ସମସ୍ୟାର ଅନ୍ତ ଘଟିବ । ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି ।

ବୃଷ: ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ ।

ମିଥୁନ: ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ,ଏପରିକି ବକେୟା ମଧ୍ୟ ପାଇପାରନ୍ତି ।

କର୍କଟ: ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ । ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ । ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି ।

ସିଂହ: ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ । ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ । ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି ।

କନ୍ୟା: ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ । ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ ।

ତୁଳା: ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ ।

ବିଛା: ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ । ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ ।

ଧନୁ: ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ ।

ମକର: ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ । ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ । ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ।

କୁମ୍ଭ: ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ ।

ମୀନ: ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ । ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି । ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ ।

Share this story

World Odia Language Conferene