ଆଜିର ରାଶିଫଳ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ

ଆଜିର ରାଶିଫଳ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ
ଆଜିର ରାଶିଫଳ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ

ମେଷ: ଆଜି ସକାଳୁ ସକାଳୁ ଦେବଦର୍ଶନର ସୁଯୋଗ ମିଳିବ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେ ନାହିଁ । ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ ।

ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ । ବ୍ୟବସାୟ ଲାଗି ଦିନଟି ଭଲ ରହିବ । ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ ।

ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ । ମିତ୍ରଙ୍କ ଠାରୁ ଭଲ ଖବର ପାଇବେ । ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ ।

କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ । ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ । ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ । ଯୌଥ ବ୍ୟବସାୟରୁ ଭଲ ଲାଭ ହେବ । ପ୍ରେମରେ ସଫଳତା ମିଳିବ ।

ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ । କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ । ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ ।

କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ । ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ । କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ । ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ।

ତୁଳା: ନୂଆ ଆହ୍ବାନର ସାମନା କରିବେ । କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ । ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି । ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ । ଘରକୁ ଅତିଥି ଆସିବେ ।

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ । ଅଫିସରେ ବାତାବରଣ ଅନୁକୂଳ ରହିବ । ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ ।

ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ । ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ । କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ । ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ ।

ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ । ପରିବାରଜନଙ୍କ ସହଯୋଗ ମିଳିବ । କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ । ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ । ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ ।

ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ । ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ । ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ । ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ ।

Share this story

World Odia Language Conferene