ଆଜିର ରାଶିଫଳ: ବ-ନାମାକ୍ଷର ବ୍ୟକ୍ତିମାନେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ

ଆଜିର ରାଶିଫଳ: ବ-ନାମାକ୍ଷର ବ୍ୟକ୍ତିମାନେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ
ଆଜିର ରାଶିଫଳ: ବ-ନାମାକ୍ଷର ବ୍ୟକ୍ତିମାନେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ

ମେଷ: ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି । କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ । ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ ।

ବୃଷ: ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ । ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ । ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ । ଶ-ନାମାକ୍ଷର ବ୍ୟକ୍ତିମାନେ କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ ।

ମିଥୁନ: ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ । ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି ।

କର୍କଟ: ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ । ଅ-ନାମାକ୍ଷର ବ୍ୟକ୍ତି ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ । କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି ।

ସିଂହ: ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି । ବ-ନାମାକ୍ଷର ବ୍ୟକ୍ତିମାନେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ । ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି । କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି ।

କନ୍ୟା: ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ଘ-ନାମାକ୍ଷର ବ୍ୟକ୍ତି ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ ।

ତୁଳା: ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ । ବ୍ୟବସାୟ, ପରିବହନ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ । ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ ।

ବିଛା: ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ । ମ-ନାମାକ୍ଷର ବ୍ୟକ୍ତିମାନେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି । ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ ।

ଧନୁ: ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ । ପ-ନାମାକ୍ଷର ବ୍ୟକ୍ତିଙ୍କ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ ।

ମକର: ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ । ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ ।

କୁମ୍ଭ: ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ ।

ମୀନ: ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ । ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ । ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।

Share this story

World Odia Language Conferene