ଆଜିର ରାଶିଫଳ: ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ

ଆଜିର ରାଶିଫଳ: ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ
ଆଜିର ରାଶିଫଳ: ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ

ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ । ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ । ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ ।

ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ ।

ମିଥୁନ: ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ । ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ । ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ ।

କର୍କଟ: ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି । ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି ।

ସିଂହ: ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ । କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ ।

କନ୍ୟା: ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ ମିଳିବ । ଆକସ୍ମିକ ଭାବରେ କୈ।ଣଶି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ । ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ ।

ତୁଳା: ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି । ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ । ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ ।

ବିଛା: ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ । ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି । ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ । କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି ।

ଧନୁ: ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି । ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ । ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ ।

ମକର: ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ । କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ ।

କୁମ୍ଭ: ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ । ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି । ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ ।

ମୀନ: ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ଆଜି ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ । କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି ।

Share this story

World Odia Language Conferene