ଆଜିର ରାଶିଫଳ: ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ

ଆଜିର ରାଶିଫଳ: ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ
ଆଜିର ରାଶିଫଳ: ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ

ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ । ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ । ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି ।

ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ । ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ । ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ । ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ ।

ମିଥୁନ: ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ । ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ।

କର୍କଟ: ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ । ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।

ସିଂହ: ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ । ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ । ମାଲିମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ ।

କନ୍ୟା: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ । ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ । ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ । ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ । କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ବିଛା: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ । କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି ।

ଧନୁ: ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ । ତେଣୁ ମନ ଖୁସିରେ ରହିପାରିବେ ନାହିଁ । ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ । ରାଜନୀତିରେ ଓ ସାଙ୍ଗଠନିକ ବିବିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି ।

ମକର: ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ ।

କୁମ୍ଭ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ: ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ । କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ । କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ ।

Share this story

World Odia Language Conferene