ଆଜିର ରାଶିଫଳ: ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ

ଆଜିର ରାଶିଫଳ: ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ
ଆଜିର ରାଶିଫଳ: ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ

ମେଷ: ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି । କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ ।

ବୃଷ: ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।

ମିଥୁନ: ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ । ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ । କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ ।

କର୍କଟ: ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ । ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।

ସିଂହ: ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି ।

କନ୍ୟା: ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

ତୁଳା: ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ । କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ । ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି ।

ବିଛା: ଆଜି ମାନସିକ ଅସ୍ଥିରତା ଲାଗି ରହିବ । ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ । ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ । ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ ।

ଧନୁ: ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ । ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ । ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି ।

ମକର: ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ ।

କୁମ୍ଭ: ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ ।

ମୀନ: ବୁଧଙ୍କ ସ୍ଥାନ ପ୍ରଭାବରେ ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।

Share this story

World Odia Language Conferene