ପ୍ରକୃତିର କହର ଦେଖିବେ ରାଜ୍ୟବାସୀ, ଗୋଟେ ନୁହେଁ ମାଡ଼ି ଆସୁଛି ୨ଟି ଲଘୁଚାପ…

ପ୍ରକୃତିର କହର ଦେଖିବେ ରାଜ୍ୟବାସୀ, ଗୋଟେ ନୁହେଁ ମାଡ଼ି ଆସୁଛି ୨ଟି ଲଘୁଚାପ…
ପ୍ରକୃତିର କହର ଦେଖିବେ ରାଜ୍ୟବାସୀ, ଗୋଟେ ନୁହେଁ ମାଡ଼ି ଆସୁଛି ୨ଟି ଲଘୁଚାପ…

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ସପ୍ତାହ ମଧ୍ୟରେ ରାଜ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଉଭୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଓ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।

୩ ତାରିଖ ଦିନ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪ତାରିଖ ମାନେ ଆସନ୍ତାକାଲି ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହେବ ଓ ରାଜ୍ୟରେ ୩ରୁ ୬ ତାରିଖ ଯାଏ ବର୍ଷା ହେବ ।

ସେହିପରି ୮ତାରିଖ ଦିନ ମଧ୍ୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଫଳରେ ୮ରୁ ୧୧ ତାରିଖ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି ।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି, ସାମ୍ଭାବ୍ୟ ଲଘୁଚାପ ଯୋଗୁଁ ମୌସୁମୀ ଟ୍ରଫ୍ ଲାଇନ୍ ଏବେ ଦକ୍ଷିଣମୁହାଁ ହୋଇଛି । ରାଜସ୍ଥାନରୁ ଏହା ବଙ୍ଗୋପସାଗର ଆଡ଼କୁ ଯାଉଛି । ଫଳରେ ରାଜ୍ୟରେ ମୌସୁମୀ ବାୟୁ ପୁଣି ସକ୍ରିୟ ହୋଇଛି । ୪ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଯୋଗୁଁ ରାଜ୍ୟରେ ୪ ଓ ୫ ତାରିଖ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲା ଯେଉଁଠାରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସେସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବରଗଡ଼ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କଟକ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪ଏବଂ ୫ ତାରିଖ ବେଳକୁ ଓଡ଼ିଶାର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୪ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡ, କନ୍ଧମାଳ ଏବଂ ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ପୁରୀ, ଗଂଜାମ, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ୫ତାରିଖରେ ସମ୍ବଲପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ଏବଂ କଟକ, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ ।

Share this story

World Odia Language Conferene