ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ଦୃଢ଼ ନିନ୍ଦା କରିବା ସହ ପୀଡ଼ିତ ପରିବାରଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ
 

Chief Minister naveen patnaik condemned the khallikot election violence
 
 
ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା
 

ଓଡ଼ିଆ ଗସିପ୍ ବ୍ୟୁରୋ: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। 

ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୁଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବ।

ଅଧିକ ପଢନ୍ତୁ : ମେଷ ରାଶିରେ ମଙ୍ଗଳ ଚଳନ ଯୋଗୁଁ ସୃଷ୍ଟି ହେବ ରୁଚକ ରାଜଯୋଗ, ବଦଳିବ ଏହି ୪ ରାଶିର ଆର୍ଥିକ ସ୍ଥିତି!

ସେହିପରି, ଉକ୍ତ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ। 

କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ଅଧିକାରୀ ଓଡ଼ିଶାଙ୍କର ଶୂନ୍ୟ ସହନଶୀଳା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ଗଞ୍ଜାମ ଜିଲ୍ଲାରେ ପ୍ରାକ୍ ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅଧିକ ପଢନ୍ତୁ : ବୁଧଙ୍କ ଗୋଚର, ଏହି ୨ଟି ରାଶି ପାଇଁ ଖରାପ ସମୟ! ଜାଣନ୍ତୁ ସେହି ରାଶି ବିଷୟରେ