କିଛି ଦିନ ତଳେ ବାହା ହୋଇଥିଲେ, ଏବେ ଏହି କାରଣ ପାଇଁ ଇଡିର ସମନ ପାଇଛନ୍ତି ୟାମି ଗୌତମ
Jul 2, 2021, 19:40 IST

ଓଡ଼ିଆ ଗସିପ୍ ବ୍ୟୁରୋ: ବଲିଉଡ ଅଭିନେତ୍ରୀ ୟାମି ଗୌତମଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର ସମନ । ଫେମା (ବୈଦେଶିକ ବିନିମୟ ପରିଚାଳନା ଅଧିନିୟମ) ଅନୁଯାୟୀ ହୋଇଥିବା ଅନିୟମିତତା ସମ୍ପର୍କରେ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ତାଙ୍କୁ ଆସନ୍ତା ସପ୍ତାହରେ ହାଜର ହେବାକୁ କୁହାଯାଇଛି । ସୂଚନ ଥାଉକି, ୟାମି କିଛି ଦିନ ପୂର୍ବରୁ ଚଳଚ୍ଚିତ୍ର ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ।
ହିମାଚଳ ପ୍ରଦେଶର ବିଲାସପୁରରେ ଜନ୍ମଗ୍ରହଣ କରିବା ପରେ ଚଣ୍ଡିଗଡ଼ରେ ବଢୁଥିବା ୟାମି ଗୌତମ ଅଭିଷେକ ବଚ୍ଚନଙ୍କ ବିପକ୍ଷରେ ଆଗାମୀ ଚଳଚ୍ଚିତ୍ର ଦାସଓ୍ୱିରେ ନଜର ଆସିବେ । ଦିଲ୍ଲୀରୁ ଆସିଥିବା ଧର ବର୍ତ୍ତମାନ ‘ଅମର ଅଶ୍ୱତ୍ଥାମା’ରେ କାମ କରୁଛନ୍ତି । ଏଥିରେ’ ଉରି’ରେ ତାଙ୍କ ସହ କାମ କରିଥିବା ବିକି କୌଶଲ ମଧ୍ୟ ଅଭିନୟ କରିବେ ।