IPL  କ୍ୟାଲିଫାୟର-୨: ଆଜି କୋଲକାତା ନାଇଟ ରାଇଡର୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମହାମୁକାବଲା

 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଆଇପିଏଲ୍ ୨୦୨୧ ରେ କୋଲକାତା ନାଇଟ ରାଇଡର୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମହାମୁକାବଲା । ଏହି ଦୁଇ ଦଳ ମଧ୍ୟରେ କ୍ୟାଲିଫାୟର-୨ ମ୍ୟାଚ୍ ଖେଳାଯିବ । ଏହି ମ୍ୟାଚ୍ ସନ୍ଧ୍ୟା ୭.୩୦ ରେ ଶାରଜାହ୍‌ ଠାରେ ଖେଳାଯିବ । ଆଜିର ମ୍ୟାଚର ବିଜେତା ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଆଇପିଏଲ ୨୦୨୧ ର ଫାଇନାଲ ମ୍ୟାଚ୍ ଖେଳିବ । ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମ୍ୟାଚ୍ ଜିତି ଫାଇନାଲରେ ନିଜ ସ୍ଥାନ ସ୍ଥିର କରିସାରିଛି । ତେବେ ଆଜି ଫାଇନାଲ ଦୌଡ ପାଇଁ ଦୁଇ ଦଳଙ୍କ କର ବା ମର ସ୍ଥିତି ।

ଫାଇନାଲର ଦୌଡ ପାଇଁ ଦୁଇ ଦଳ ମଧ୍ୟରେ ଘମାସାନ୍ ଲଢେଇ ହୋଇପାରେ ବୋଲି ଦର୍ଶକ ଆଶା ରଖିଛନ୍ତି । ଦିଲ୍ଲୀ କ୍ୟାପିଟାଲ୍ସ ତା’ର ପ୍ରଥମ ଆଇପିଏଲ୍ ଟାଇଟଲ୍ ହାସଲ ନେଇ ଜୋର୍ ଦେଖାଇବ ବୋଲି ଆଶଙ୍କା କରାଯାଉଛି ।