ଆଜିର ରାଶିଫଳ: ମିଥୁନ ରାଶିର ଲୋକଙ୍କୁ ହେବ ଲାଭ, ଏମାନେ ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର...
ଓଡ଼ିଆ ଗସିପ ବ୍ୟୁରୋ: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜିର ରାଶିଫଳ (ନଭେମ୍ବର ୧୯, ୨୦୨୨) । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ :
ଆଜି ମେଷ ରାଶିର ଲୋକମାନଙ୍କ ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ ।
ବୃଷ- ବୁଧବାର ଏହି ରାଶି ଜାତକର ଲୋକମାନଙ୍କ ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।
ମିଥୁନ- ଆଜି ମିଥୁନ ରାଶିର ଲୋକମାନେ ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି କରିବେ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।
କର୍କଟ- ଅନ୍ୟପଟେ କର୍କଟ ରାଶିର ଲୋକମାନେ ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ ।
ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।
ଏହି ଲିଙ୍କ କ୍ଲିକ କରି ଅଧିକ ପଢନ୍ତୁ : ପ୍ରଥମ ଦେଖାରେ ଝିଅଙ୍କୁ ଇଂପ୍ରେସ୍ କରିବାକୁ ଚାହୁଁଛନ୍ତି କି? ପୁଅମାନଙ୍କର ଏହି ସବୁ ଗୁଣରେ ପ୍ରଭାବିତ ହୋଇଥାନ୍ତି ଝିଅ
ଏହି ଲିଙ୍କ କ୍ଲିକ କରି ଅଧିକ ପଢନ୍ତୁ : କେତେକ ସଂକେତ ଆମ ଜୀବନରେ ଆଣିଦେଇଥାଏ ଅନେକ ପରିବର୍ତ୍ତନ, ଏହି ୫ଟି ସଂକେତ ଦେଇଥାଏ ଶୁଭ ସୂଚନା
କନ୍ୟା- ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।
ତୁଳା- ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।
ବିଛା- ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।
ଧନୁ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।
ମକର- ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।
କୁମ୍ଭ- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।