ଏହି ରାଶିର ବ୍ୟକ୍ତିମାନେ ଆଜି ବନ୍ଧୁମାନଙ୍କୁ ବିଶ୍ଵାସକୁ ନ ନେବା ଭଲ, ନଚେତ ସମସ୍ୟାରେ ପଡ଼ିବେ

ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି

 

ଓଡ଼ିଆ ଗସିପ୍ ବ୍ୟୁରୋ: ନମସ୍କାର ପ୍ରିୟ ପାଠକବୃନ୍ଦ ଆଜି ଶୁକ୍ରବାର ଜୁଲାଇ ମାସ 7 ତାରିଖ । ଆଜି ଆପଣଙ୍କ ଶୁଭ ହେଉ ଶୁକ୍ରବାର । ତେବେ ଚାଲନ୍ତୁ ଜାଣି ନେବା କଣ କହୁଛି ଆଜି ଆପଣଙ୍କ ରାଶି ଚକ୍ର। 

ମେଷ :  ଅଶ୍ୱନୀ- ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ ଉଚ୍ଚପ୍ରଶଂସିତ ହେବେ। ଦ୍ୱିଜା-ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନରେ ପାଇ ଖୁସି ହେବେ। ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।କୃତିକା- ବିଭିନ୍ନ ପ୍ରକାର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁମାନଙ୍କୁ ମିଠା କଥା ଦ୍ୱାରା କରି କାମ ହାସଲ କରିବେ।ପ୍ରତିକାର -ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ, ଶୁଭ ରଙ୍ଗ : ଲାଲ୍, 
ଶୁଭ ସଂଖ୍ୟା :୯....

ବୃଷ: କୃତିକା- ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି । ବନ୍ଧୁଙ୍କ ସହ ଆଳାପରେ ଅଧିକାଂଶ ସମୟ କଟାଇବେ।
ରୋହିଣୀ- ପ୍ରିୟବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟାର ସୂଚନା ରହିଛି। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।ମୃଗଶିରା- ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଘଟିପାରେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଏବଂ କୃତକାର୍ଯ୍ୟ ମଧ୍ୟ ହେବେ । ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ, ଶୁଭ ରଙ୍ଗ :ଧଳା, ଶୁଭ ସଂଖ୍ୟା :୬

ମିଥୁନ: ମୃଗଶିରା- ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି । ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କ୍ରନିକ୍ ରୋଗଜନିତ ପୀଡ଼ା ଅନୁଭବ କରିପାରନ୍ତି। ଆଦ୍ରା- ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍ ଦୂର ହେବ। ପୁନର୍ବସୁ- ପୂର୍ବ ଯୋଜନାନୁଯାୟୀ ଆତ୍ମୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ। ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ, ଶୁଭ ରଙ୍ଗ :ସବୁଜ, ଶୁଭ ସଂଖ୍ୟା :୫

କର୍କଟ: ପୁନର୍ବସୁ- ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପୁଷ୍ୟା- ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ବାଣିଜ୍ୟ, ପରିବହନ, ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ। ଅଶ୍ଳେଷା- ଛୋଟ ଛୋଟ କଥାକୁ ଚିନ୍ତାକରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଚେଷ୍ଟା କରୁଥିବା କାମର ସଫଳତାରେ ଆନନ୍ଦ ଅନୁଭବ କରିବେ। ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ, ଶୁଭ ରଙ୍ଗ :ଧଳା, ଶୁଭ ସଂଖ୍ୟା :୨

ସିଂହ: ମଘା- କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ପୂ- ଫାଲ୍‌ଗୁନୀ- ପାରିବାରିକ ସମସ୍ୟା ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଉ- ଫାଲ୍‌ଗୁନୀ- ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବିଳମ୍ବରେ କାମଗୁଡ଼ିକ ସମ୍ପନ୍ନ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ପରିଜନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ, ଶୁଭ ରଙ୍ଗ :ନାରଙ୍ଗୀ, ଶୁଭ ସଂଖ୍ୟା :୧

 

ଅଧିକ ପଢ଼ନ୍ତୁ: କାଳିଆର ରଥ ଟାଣୁ ଟାଣୁ ଘଟିଲା ଅଘଟଣ; ଚାଲିଗଲା ସେବକଙ୍କ ଜୀବନ


କନ୍ୟା: ଫାଲ୍‌ଗୁନୀ- ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ବାସ୍ଥ୍ୟ ଖରାପ ଦେଖାଦେଇପାରେ । ହସ୍ତା- ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଚିତ୍ରା- ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ। ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ। ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ, ଶୁଭ ରଙ୍ଗ :ସବୁଜ, ଶୁଭ ସଂଖ୍ୟା :୫

ତୁଳା : ଚିତ୍ରା- ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ।  ସ୍ୱାତୀ- ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ। ବିଶାଖା- ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ । ଶୁଭ ରଙ୍ଗ :ଧଳା, ଶୁଭ ସଂଖ୍ୟା :୬

ବିଛା : ବିଶାଖା- ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଅନୁରାଧା-   କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ। ଜ୍ୟୋଷ୍ଠା- ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ ।ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର‌୍ୟ୍ୟଚ୍ୟୁତି ଘଟିପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ। ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ । ଶୁଭ ରଙ୍ଗ :ଲାଲ୍, ଶୁଭ ସଂଖ୍ୟା :୯

ଧନୁ: ମୂଳା- ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ। ପୂ, ଷାଢା- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଅସୁବିଧା ଆସିପାରେ ଉ, ଷାଢା- ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ । ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ। ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ । ଶୁଭ ରଙ୍ଗ :ହଳଦିଆ, ଶୁଭ ସଂଖ୍ୟା :୩

ମକର: ଉ, ଷାଢା- ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି। ଶ୍ରବଣା- ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଧନିଷ୍ଠା- ପ୍ରତ୍ୟେକ କ୍ଷେତ୍ରରେ ଦୋଦୁଲ୍ୟମାନ ଅବସ୍ଥାରେ ରହିବାକୁ ବାଧ୍ୟ ହେବେ। ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ । ଶୁଭ ରଙ୍ଗ :ନୀଳ, ଶୁଭ ସଂଖ୍ୟା :୮

କୁମ୍ଭ: ଧନିଷ୍ଠା- ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ। ଶତଭିଷା- କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି । ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ। ପୂ, ଭାଦ୍ରପଦ- ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧ୍ୟ ବାଧକତାରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି। ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ । ଶୁଭ ରଙ୍ଗ :ନୀଳ, ଶୁଭ ସଂଖ୍ୟା :୮

 

ଅଧିକ ପଢ଼ନ୍ତୁ: ଚୌକି ପାଇଁ 'ସମାଜ'ରେ ବିଷର ବୀଜ, ସଭାପତି, ସମ୍ପାଦକ ଦୌଡ଼ରେ କିଏ?

ମୀନ: ପୂ, ଭାଦ୍ରପଦ- ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଉ, ଭାଦ୍ରପଦ- ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ।  ରେବତୀ- ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ। ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ । ଶୁଭ ରଙ୍ଗ :ହଳଦିଆ, ଶୁଭ ସଂଖ୍ୟା :୩