ଆଜି ସୋମବାର ଶାନ୍ତ ସ୍ୱଭାବର ଆଚରଣ ସହ ବିହରଣ କଲେ ଭଲରେ କଟିବ ଦିନ

 

ଓଡ଼ିଆ ଗସିପ୍ ବ୍ୟୁରୋ: ସୁପ୍ରଭାତ ପାଠକବନ୍ଧୁ, ଆଜି ୩ ତାରିଖ ସୋମବାର ଦେବୋ କା ଦେବ ମହାଦେବଙ୍କ ବାର ଏବଂ ମାସ ହେଉଛି ଜୁଲାଇ ମାସ ବର୍ଷ ୨୦୨୩ । ଆଜି ଦିନର ମହତ୍ୱ ସମ୍ପର୍କରେ ଯଦି ପ୍ରଥମେ ଜାଣିବା ତେବେ ମିଥୁନ ୧୯ ଦିନ ଆଷାଢ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି ମୂଳା ନକ୍ଷତ୍ର ଦିନ ୧୧.୨ ମିନିଟ୍ ପର୍ଯ୍ୟନ୍ତ ତାପରେ ପୂର୍ବାଷାଢା ନକ୍ଷତ୍ର ଭୋଗ ହେବ, ଧନୁ ଚନ୍ଦ୍ର ଅହୋରାତ୍ର ।

ଘାତ ବାର-: ମିଥୁନ ରାଶିର

ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶି ପୁରୁଷ ଏବଂ ବୃଷ, ମିଥୁନ ରାଶି ମହିଳାଙ୍କର

ଆଜିର ନିଷେଧ ଖାଦ୍ୟ-  ଆମିଷ

ଆଜି- ବ୍ୟାସ ପୂର୍ଣ୍ଣିମା, ଗୁରୁକୁଳ ଆଶ୍ରମରେ ପୂଜା 

 ମେଷ; ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ, ମନାନ୍ତର ମତାନ୍ତର ଦୂର ହୋଇଯିବ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ସହ ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ ।

ପ୍ରତିକାର- ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ

ବୃଷ; ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ ଏବଂ କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି ।କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ ।

ପ୍ରତିକାର- ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ

ମିଥୁନ; ଶତୃମାନେ ପରାଜିତ ହେବେ, ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜିଯାଇପାରେ। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ  ।

ପ୍ରତିକାର- ଓମ୍ ଗମ ଗଣପତୟେ ନମଃ, ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ

କର୍କଟ; ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ ।କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି, ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

ସିଂହ; ମନ ଅସ୍ଥିର ରହିବ, କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ । ଏଜେନ୍ସିପ୍, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

କନ୍ୟା; ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ । ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ, କିନ୍ତୁ ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ ।

ପ୍ରତିକାର- ସାତଟି ଦୁବ, ସାତଟି ପାନ ପତ୍ର ଶ୍ରୀ ଗଣେଶଙ୍କୁ ଚଢାନ୍ତୁ

ତୁଳା; ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ । ଖଳକଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିପାରନ୍ତି । ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ ।

ପ୍ରତିକାର- ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ

ବିଛା; ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ, ନୀରବ ରହିପାରିଲେ ଭଲ ହେବ । ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ପାଇଁ ବହୁତ ଭଲ ରହିବ

ପ୍ରତିକାର- ପିତା ମାତାଙ୍କ ପାଦସ୍ପର୍ଶ କରି କାର୍ଯ୍ୟକ୍ଷେତ୍ରକୁ ଯାଆନ୍ତୁ

ଧନୁ; ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି  କୃତକାର୍ଯ୍ୟ ହେବେ  । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ।

ପ୍ରତିକାର- ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ

ମକର; ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ । ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ, ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବ । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ ।

ପ୍ରତିକାର- ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ

କୁମ୍ଭ; ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ । ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ବ୍ୟବସାୟ, ବାଣିଜ୍ୟରେ ଲାଭବାନ ହେବେ, କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

ପ୍ରତିକାର- ମାଆ କାଳୀଙ୍କୁ ଦର୍ଶନ କରି ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ

ମୀନ; ଆତ୍ମିଅଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ । ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ, ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ  ।

ପ୍ରତିକାର- ଓଁ ଭଗବତେ ବାସୁଦେବାୟ ନମଃ, ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ