ବୃଥା ଚିନ୍ତାକରି ମନୋବଳ ହ୍ରାସ ପାଇବା ସହ ଏମାନଙ୍କ ଉପରେ ହେବ ଟଙ୍କା ବର୍ଷା, ପଢନ୍ତୁ ଆଜିର ରାଶିଫଳ 
 

Horoscope for Thursday 23 November 2023
 
 
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...,

ମେଷ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବୃଷ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରସ୍ପର ସ୍ନେହ ରହିଲେ ଘର ବୈକୁଣ୍ଠ ସମାନ ହେବ।

ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍‌, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!

ମିଥୁନ-  ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ - ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଅସୁସ୍ଥତା ଅନୁଭବ କରିପାରନ୍ତି। ସତର୍କରେ ଚଳିବାକୁ ପଡ଼ିବ।

ସିଂହ- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। କୌଣସି ନୂତନ କାର୍ଯ୍ୟାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଅଫିସ୍‌ରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ।

ଅଧିକ ପଢନ୍ତୁ : ଶୀତଦିନେ ପୂରା ସମ୍ପୂର୍ଣ୍ଣ ସୁସ୍ଥ ରହିବା ପାଇଁ ଆପଣାନ୍ତୁ ଏହି ୫ଟି ସରଳ ଟିପ୍ସ 

କନ୍ୟା- ପରିବାରରେ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରିବାକୁ ପଡ଼ିପାରେ। ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବାରେ ହେଳା କରିବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିବାଦର ସମାଧାନ ହୋଇଯିବ।

ତୁଳା- କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ସହ ସମ୍ପର୍କ ବୃଦ୍ଧି ଦେଖି ବିଭିନ୍ନ ପ୍ରକାର କଥା ଶୁଣିବାକୁ ପଡ଼ିପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବେ। କଠିନ ଶ୍ରମଜନିତ ସ୍ବାସ୍ଥ୍ୟହାନି କାରଣରୁ କାମ ପାଇଁ ନିରୁତ୍ସାହତା ଦେଖାଦେବ। ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହୋଇପାରନ୍ତି।

ବିଛା- ଉଦାର ଚରିତ ସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିପାରେ।

ଅଧିକ ପଢନ୍ତୁ : ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିବା ସହ ପରିବାରରେ ଅଶାନ୍ତି ଲାଗି ରହିବ, ପଢନ୍ତୁ ଏ ସପ୍ତାହର ରାଶିଫଳ

ଧନୁ- ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

ମକର- ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିପାରେ।

କୁମ୍ଭ- ଆଜି ଆପଣ ପ୍ରତ୍ୟେକ ଦିଗରୁ ଅସୁବିଧା ଭିତର ଦେଇ କାମ ହାସଲ କରିବେ। ଏପରିକି ଅତି ଭଲ ସମ୍ପର୍କ ନ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବୃଥା ଚିନ୍ତାକରି ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। ତଥାପି ଶିଳ୍ପ, ବାଣିଜ୍ୟ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ।

ମୀନ- ଆଜି ଅଧିକାଂଶ ସମୟ ବନ୍ଧୁମେଳରେ କଟାଇବାର ସୌଭାଗ୍ୟ ଲାଭ କରିବେ, ଯଦ୍ଦ୍ବାରା କି ମନରେ ସରସତା ଭରିଯିବ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ଆକସ୍ମିକ ଭାବେ ଦୂରଯାତ୍ରାଜନିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ସାଂଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି।

ଅଧିକ ପଢନ୍ତୁ :ଆସୁଛି ଭଲ ସମୟ, ଆସନ୍ତା ସପ୍ତାହ ଏହି ୫ ରାଶିଙ୍କ ଉପରେ ହେବ ଟଙ୍କା ବର୍ଷା!