ଏହି ରାଶି ଲୋକଙ୍କ ଆୟଠୁ ବ୍ୟୟ ଅଧିକ ହେବା ସହ ଶତ୍ରୁ ସାଜିବେ ନିଜ ଲୋକ! ପଢନ୍ତୁ ଆଜିର ରାଶିଫଳ 
 

Horoscope for Thursday 7th March 2024
 
 
Horoscope for Thursday 7th March 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା...

ମେଷ: ଅଫିସ୍‌ରେ ବଡ଼ ଦାୟିତ୍ବ ମିଳିପାରେ। ଭଲ କାମ କରି ପ୍ରଶଂସିତ ହୋଇପାରନ୍ତି। ବ୍ୟବସାୟୀଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଭଲ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।

ଆଧିକ ପଢନ୍ତୁ : ୩ ରାଶି ପାଇଁ ଆରମ୍ଭ ହେଲା ଶୁଭ ସମୟ, ଜୀବନରେ ଅନେକ ପରିବର୍ତ୍ତନ ଦେଖାଯିବା ସହ ଦୂର ହେବ ଆର୍ଥିକ ସଙ୍କଟ!

କର୍କଟ: ପରିବାର ଲୋକଙ୍କୁ ସମୟ ଦେବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: କର୍ମ ଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। ଅଚାନକ ହଇରାଣରେ ପଡ଼ିପାରନ୍ତି।

କନ୍ୟା: ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁ ମିଳନ ଯୋଗ ରହିଛି। ନିଜ ଲୋକ ଶତ୍ରୁ ସାଜିବେ। ଅଫିସ୍‌ କାର୍ଯ୍ୟପାଇଁ ଅଚାନକ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ଅଫିସ୍‌ରେ ଆପଣଙ୍କ କାମକୁ ସମସ୍ତେ ପ୍ରଶଂସା କରିବେ। ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଫଳ ହେବେ।

ଆଧିକ ପଢନ୍ତୁ : ୩୦ ବର୍ଷ ପରେ ହେବାକୁ ଯାଉଛି ଶନି-ଶୁକ୍ରଙ୍କ ମହାମିଳନ, ୩ ରାଶିଙ୍କ ଲାଗି ଆରମ୍ଭ ହେଲା ଶୁଭଦିନ!

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଆଇନଜୀବୀଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟରେ କ୍ଷତି ଘଟିବ। ସକାରାତ୍ମକ ଚିନ୍ତା ରଖି ପୁନଶ୍ଚ ନୂଆ କାମ ଆରମ୍ଭ କରନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

କୁମ୍ଭ: ଦିନଟି ମିଶ୍ରତଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

ଆଧିକ ପଢନ୍ତୁ : ଭବିଷ୍ୟତ ପାଇଁ ଚିନ୍ତାରେ ରହିବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବେ! ପଢନ୍ତୁ ଏ ସପ୍ତାହର ରାଶିଫଳ