ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବା ସହ ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଷିଫଳ 
 

Horoscope for Tuesday 19th March 2024
 
 
Horoscope for Tuesday 19th March 2024
ପଢନ୍ତୁ ଆଜିର ରାଷିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: କେଉଁ ରାଶିର ଲୋକଙ୍କ ପାଇଁ ଏହି ଆଜିର ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା ...

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।

ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଆଧିକ ପଢନ୍ତୁ :ବଜ୍ରପାତରେ ହୁତୁହୁତୁ ହୋଇ ଜୀଅନ୍ତା ଜଳିଗଲେ ବାପା ମାଆଙ୍କ ଏକମାତ୍ର ବିଟେକ୍ ପଢୁଆ ପୁଅ

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।

ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ଆଧିକ ପଢନ୍ତୁ : ମୀନ ରାଶିରେ ଚଳନ କଲେ ସୂର୍ଯ୍ୟ, ଚମକିବ ଏହି ୩ ରାଶିର ବ୍ୟକ୍ତିଙ୍କ ଭାଗ୍ୟ!

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।

ଆଧିକ ପଢନ୍ତୁ : ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିବା ସହ ପରିବାରରେ ଅଶାନ୍ତି ଲାଗି ରହିବ! ପଢନ୍ତୁ ସାପ୍ତାହିକ ରାଶିଫଳ  

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

ଆଧିକ ପଢନ୍ତୁ: BP ବଢିଗଲେ ଦେଖାଦିଏ ଏହି ସବୁ ଲକ୍ଷଣ, ହୁଅନ୍ତୁ ସାବଧାନ! ନଚେତ୍...