ସ୍ବାସ୍ଥ୍ୟରେ ଅବନତି ଦେଖାଦେବ, ଅତ୍ୟଧିକ ଖର୍ଚ୍ଚ କରି ଚିନ୍ତାରେ ପଡିବେ ! ପଢନ୍ତୁ ଆଜିର ରାଶିଫଳ 
 

Horoscope for Tuesday 26 September 2023
 
 
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: କେଉଁ ରାଶିର ଲୋକଙ୍କ ପାଇଁ ଆଜିର ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...

ମେଷ: ମାନସିକ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ମହିଳାମାନେ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀ ପଢ଼ାରେ ଧ୍ୟାନ ଦେବେ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ବୃଷ: ଅତ୍ୟଧିକ ଖର୍ଚ୍ଚ କରି ଚିନ୍ତାରେ ପଡ଼ିପାରନ୍ତି। ସ୍ବାସ୍ଥ୍ୟରେ ଅବନତି ଦେଖାଦେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂର ଯାତ୍ରା କରିବାରୁ ଦୂରେଇ ରୁହନ୍ତୁ। ପିତାଙ୍କ ପରାମର୍ଶ ନେଇ ନୂତନ କାର୍ଯ୍ୟାରମ୍ଭ କରିବେ।

ମିଥୁନ: ଅକସ୍ମାତ୍‌ ଖୁସି ଖବର ପାଇପାରନ୍ତି। ନୂତନ ରୋଜଗାରର ସୁଯୋଗ ରହିଛି। ଛାତ୍ରଛାତ୍ରୀ ନିଜ ପରିଶ୍ରମର ଉଚିତ ଫଳ ପାଇବେ। ଅନୁଭବୀ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ପାଇବେ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

କର୍କଟ: ପ୍ରଶାସନିକ ଅଧିକାରୀଙ୍କ ଠାରୁ ସହଯୋଗ ପାଇବେ। କ୍ୟାରିୟରରେ ସଫଳତା ପାଇଁ କଠିନ ପରିଶ୍ରମ ଜାରି ରଖନ୍ତୁ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ । ଜୀବନସାଥୀଙ୍କ ସହିତ ସମ୍ପର୍କ ସୁଦୃଢ଼ ହେବ।

ସିଂହ: ପ୍ରଶଂସାର ପାତ୍ର ହେବେ। ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ। ବନ୍ଧୁ ଏବଂ ପ୍ରିୟଜନଙ୍କ ଠାରୁ ସମର୍ଥନ ପାଇବେ । ପରିବାରରେ ସମ୍ପତ୍ତି ସମ୍ବନ୍ଧରେ ଏକ ବିବାଦ ଦେଖାଦେଇପାରେ ।

ଅଧିକ ପଢ଼ନ୍ତୁ: ଶାଶୂ ଘରକୁ ସ୍ବର୍ଗ କରନ୍ତି ଏହି ଝିଅ; ଏମାନଙ୍କ ପାଖରେ ରହିଥାଏ ଏହି ଖାସ୍ ଗୁଣ, ଜାଣନ୍ତୁ ସେହି ବିଶେଷ ଗୁଣଗୁଡ଼ିକ କଣ...

କନ୍ୟା: ବିଭିନ୍ନ କ୍ଷେତ୍ରରୁ ସଫଳତା ପାଇବେ। କର୍ମକ୍ଷେତ୍ରରେ ମନମୁତାବକ କାର୍ଯ୍ୟରେ ନିୟୋଜିତ ହେବେ। ଆର୍ଥିକ ଯୋଜନାରୁ ଲାଭାନ୍ବିତ ହେବେ। ଛାତ୍ରଛାତ୍ରୀମାନେ ଆଳସ୍ୟତା ପାଇଁ କଷ୍ଟ ପାଇପାରନ୍ତି।

ତୁଳା: ପ୍ରିୟଜନଙ୍କ ପାଇଁ ବ୍ୟସ୍ତ ହୋଇପାରନ୍ତି। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କଠାରୁ ଆଶୀର୍ବାଦ ପାଇବେ।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ବିଛା: ପରିବାର ସଦସ୍ୟଙ୍କ ଆଚରଣ ଆପଣଙ୍କୁ କଷ୍ଟ ଦେଇପାରେ। ସହକର୍ମୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ। ମହିଳାମାନେ ଭାବପ୍ରବଣ ହେବେ। ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ।

ଧନୁ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ବଡ଼ ସଫଳତା ପାଇ ପାରନ୍ତି। ପରିବାରରେ ସୁଖସମୃଦ୍ଧି ବୃଦ୍ଧି ପାଇବ। କୌଣସି ଜରୁରୀ କାର୍ଯ୍ୟ ପୂର୍ଣ୍ଣ ହେବ। ଜୀବନସାଥୀଙ୍କ ପରାମର୍ଶ ଲୋଡ଼ିବେ।

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ମକର: କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇବେ। ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ କ୍ଷେତ୍ରରେ ସକ୍ରିୟ ରହିବେ। ବ୍ୟବସାୟ ବୃଦ୍ଧି କରିବା ନିମନ୍ତେ ନୂତନ ରାସ୍ତା ପାଇବେ।

କୁମ୍ଭ: ନିଜ ପ୍ରଚେଷ୍ଟାରେ ସଫଳତା ପାଇବେ। ଆପଣଙ୍କ କଥା ଅନୁସାରେ ସବୁ କାର୍ଯ୍ୟ ହୋଇପାରେ। ଘରେ ଲାଗିରହିଥିବା ତିକ୍ତତା ଭିନ୍ନମୋଡ଼ ନେବ। ପୂଜାର୍ଚ୍ଚନା କରନ୍ତୁ।

ମୀନ: ଜଟିଳ ପରିସ୍ଥିତିକୁ ଧୈର୍ଯ୍ୟର ସହ ସମ୍ଭାଳି ନେବେ । କର୍ମକ୍ଷେତ୍ର ଉତ୍ସାହଜନକ ରହିବ। କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବ୍ୟବସାୟ ସନ୍ତୋଷଜନକ ରହିବ।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ