ଏହି ରାଶି ଲୋକଙ୍କ କାର୍ଯ୍ୟରେ ବାଧା ଉପୁଜିବା ସହ ବ୍ୟୟ ବୃଦ୍ଧିର ରହିଛି ଯୋଗ! ପଢନ୍ତୁ ଆଜିର ରାଶିଫଳ 

Horoscope Of 11 December 2023 Read your daily astrological predictions
 
 
Horoscope Of 11 December 2023 Read your daily astrological predictions
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...,

ମେଷ: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।

ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।

ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

କର୍କଟ: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।

ଅଧିକ ପଢନ୍ତୁ :କିଡନୀ ରୋଗୀ ସାବଧାନ! ଖାଉଛନ୍ତି କି ଏହି ଖାଦ୍ୟ? କିଡନୀକୁ ସୁସ୍ଥ ରଖିବା ପାଇଁ ଏସବୁ ଖାଦ୍ୟରୁ ଦୂରେଇ ରୁହନ୍ତୁ...

ସିଂହ:କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି । ନୂଆ ଯାନ କିଣିବାର ଯୋଗ ରହିଛି ।

କନ୍ୟା: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ। ଚାକିରିରେ ପଦନ୍ନୋତି ମିଳିବାର ସମ୍ଭାବନା ରହିଛି ।

ତୁଳା: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

ବିଛା: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।

ଅଧିକ ପଢନ୍ତୁ :ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ

ଧନୁ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।

ମକର: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।

କୁମ୍ଭ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।

ମୀନ: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

ଅଧିକ ପଢନ୍ତୁ :ବୁଧଙ୍କ ବକ୍ରୀ ଚଳନ: ବର୍ଷର ଶେଷ ମାସରେ ଚମକିବ ଏହି ୪ ରାଶିଙ୍କ ଭାଗ୍ୟ, ଜାଣନ୍ତୁ କେମିତି କଟିବ ଡିସେମ୍ବର ମାସ