୨୮ରେ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି, ଗ୍ରହଣ ଦର୍ଶନ କେଉଁ ରାଶି ପାଇଁ ଅଶୁଭ ଜାଣନ୍ତୁ 
 

Lunar Eclipse Check Revised Schedule Of Daily Rituals At Puri Srimandir
 
 
୨୮ରେ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା କୁମାରପୂର୍ଣ୍ଣିମାରେ ହେବାକୁ ଯାଉଛି ବର୍ଷର ଶେଷ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ସେଦିନର ଦିନଚର୍ଯ୍ୟା, ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । ଅର୍ଥାତ ଗ୍ରହଣର ଅବଧି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ । 

ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟି ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ । ବୃଦ୍ଧ, ରୋଗୀ, ଶିଶୁ, ବିଦେଶରେ ଥିବା ଲୋକଙ୍କ ପାଇଁ ଏହା ପାଳନୀୟ ନୁହେଁ ।

ଅଧିକ ପଢ଼ନ୍ତୁ: ରେସ୍ତୋରାଁ ଉପରେ ଆକସ୍ମିକ ଚଢ଼ାଉ, ଆପତ୍ତିଜନକ ଅବସ୍ଥାରେ ୨୦ଜଣ ଯୁବକ ଓ ଯୁବତୀଙ୍କୁ ଧରିଲା ପୁଲିସ 

ଏଥିପାଇଁ ଶ୍ରୀମନ୍ଦିର ସ୍ଵତନ୍ତ୍ର ନୀତି ଅନୁଷ୍ଠିତ ହେବ । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରି ରତ୍ନସିଂହାସନରେ ବିଜେ କରିବେ। ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକତ୍ୟାଗ ଅର୍ଥାତ ସମୟ ଦିନ ୪ଟା ୪ମିନିଟ ୫୫ସେକେଣ୍ଡ ପୂର୍ବରୁ ସମ୍ପନ୍ନ ହେବ । 

ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...

ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପାଳିଆ ସେବକଙ୍କ ସହଯୋଗ କାମନା କରାଯାଇଛି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଅନ୍ୟପଟେ ୧ଘଣ୍ଟା ୧୯ ସେକେଣ୍ଡର ଚନ୍ଦ୍ର ଗ୍ରହଣକୁ ଦେଖିବାର ସୁଯୋଗ ରହିଛି। ୬ଟି ରାଶି ପାଇଁ ଏହା ଅଶୁଭ ଥିବାବେଳେ ୬ଟି ରାଶି ପାଇଁ ଶୁଭଫଳ ରହିଛି ବୋଲି କହିଛନ୍ତି ଜ୍ୟୋତିର୍ବିଦ ।

କିନ୍ତୁ ଶ୍ରୀମନ୍ଦିରରେ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ନୀତିକାନ୍ତି ଆରମ୍ଭ ହୋଇଥାଏ । ଏହା ଶ୍ରୀମନ୍ଦିରର ସ୍ଵତନ୍ତ୍ରତା । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ ।

ଅଧିକ ପଢ଼ନ୍ତୁ: ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସତର୍କ ରୁହନ୍ତୁ ଏହି ରାଶିର ଲୋକ; ନଚେତ୍ ପଡ଼ିବ ଶନି-ରାହୁଙ୍କ କୋପ

ଗ୍ରହଣ ସ୍ପର୍ଶ ସମୟରୁ ହିଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ । ଏହା ୬ଟି ରାଶି ପାଇଁ ଶୁଭ ହୋଇଥିବାବେଳେ ୬ଟି ରାଶି ପାଇଁ ଅଶୁଭ ଫଳଦାୟକ ହୋଇଥାଏ । ମେଷ, ବୃଷ, କର୍କଟ, ସିଂହ, କନ୍ୟା ତୁଳା ପାଇଁ ଅଶୁଭ ଥିବାବେଳେ ମିଥୁନ, ବିଛା, ଧନୁ , ମକର, କୁମ୍ଭ ଓ ମୀନପାଇଁ ଶୁଭ ଫଳଦାୟକ ବୋଲି କହିଛନ୍ତି ଜ୍ୟୋତିର୍ବିଦ । 

ସେପଟେ କୁମାରପୂର୍ଣ୍ଣିମାର ଠିକ୍ ପରଦିନ କାର୍ତ୍ତିକ ବ୍ରତଧାରୀ ହବିଷ୍ୟାଳୀ ମାନେ ବ୍ରତ ସଙ୍କଳ୍ପ କରିବେ ଓ ସେହିଦିନ ଚକ୍ରରାଜ ସୁଦର୍ଶନ ମହାପ୍ରଭୁ ଚାରିଆଶ୍ରମ ବିଜେ କରିବେ। ସେଥିପାଇଁ ପାଳିଆ ମାନେ ନୀତିକାନ୍ତି କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତ।

ଅଧିକ ପଢ଼ନ୍ତୁ: ସ୍ବାମୀଙ୍କ ମୃତ୍ୟୁର ଦୁଃଖରେ କାନ୍ଦୁଥିବା ବେଳେ ସ୍ତ୍ରୀଙ୍କ ଚାଲିଗଲା ଜୀବନ, ଦୁହେଁ ଗୋଟିଏ ଜୁଇରେ ଏକାଠି ଜଳିଲେ