ଆଜି ସାଢ଼େ ୩ ଘଣ୍ଟା ଦର୍ଶନ ବନ୍ଦ ରହିବ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ, ଜାଣନ୍ତୁ କାହିଁକି
Puri Srimandir to remain closed for 3 hours for Banakalagi Ritual
Jun 5, 2024, 10:33 IST
ଆଜି ମହାପ୍ରଭୁଙ୍କ ବନକଲାଗି
ଓଡ଼ିଆ ଗସିପ୍ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ଜ୍ୟେଷ୍ଠ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅଧିକ ପଢନ୍ତୁ : ବୟସ ଅନୁସାରେ ଶରୀର ଓଜନ କେତେ ରହିବା ଦରକାର? ଜାଣି ନାହାନ୍ତି ଯଦି ନିଶ୍ଚୟ ଜାଣନ୍ତୁ..
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ଅଧିକ ପଢନ୍ତୁ : ଏଥର ପବିତ୍ର 'ସାବିତ୍ରୀ ଅମାବାସ୍ୟା'ରେ ଦୁର୍ଲଭ ଯୋଗ, ଏହି ରାଶିଙ୍କ ଉପରେ ବର୍ଷିବ ମା’ ଲକ୍ଷ୍ମୀଙ୍କ କୃପା