ଏପ୍ରିଲ ୮ରେ ସୂର୍ଯ୍ୟପରାଗ, ଜାଣନ୍ତୁ ଆରମ୍ଭ-ଶେଷ ଓ କେଉଁ ସମୟରେ ଦେଖିବାକୁ ମିଳିବ ଏପରି ମହାଜାଗତିକ ଦୃଶ୍ୟ
 

Solar Eclipse 2024 know when it starts and ends
 
 
Solar Eclipse 2024 know when it starts and ends
ଆସନ୍ତାକାଲି ବିରଳ ସୂର୍ଯ୍ୟପରାଗ

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ଏପ୍ରିଲ୍ ୮ ତାରିଖ( ସୋମବାର) ଦିନ ସଙ୍ଗଠିତ ହେବ ଏକ ବିରଳ ତଥା ପୂର୍ଣ୍ଣ ସୂର୍ଯ୍ୟପରାଗ । ଏହି ମହାଜାଗତିକ ଘଟଣାଟି ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓ ମେକ୍ସିକୋର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବରେ ଦେଖାଯିବ ଓ ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟ ପରାଗ ଦେଖାଯିବ । 

ଏହା ଭାରତୀୟ ସମୟ ରାତି ୯ଟା ୧୨ ମିନିଟ ରେ ଆରମ୍ଭ ହୋଇ ପର ଦିନ ଭୋର ୨ ଟା ୨୨ ମିନିଟ ସମୟରେ ଶେଷ ହେବ । ସର୍ବାଧିକ ପରାଗ ରାତି ୧୧ ଟା ୪୭ ମିନିଟ ସମୟରେ ଦେଖାଯିବ । ଆମ ସମାଜରେ ଆବାହମାନ କାଳରୁ ଗ୍ରହଣ ଓ ପରାଗକୁ ନେଇ ଅନେକ ବିଶ୍ବାସ ଓ ଅନ୍ଧ ବିଶ୍ବାସ ରହିଛି । 

ଆଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 

ମଣିଷ ଚନ୍ଦ୍ରରେ ପାଦ ଥାପିଲାଣି ଓ ବିଜ୍ଞାନର ଅଗ୍ରଗତି ଫଳରେ ଆମେ ଗ୍ରହଣ ଓ ପରାଗ କାହିଁକି ଓ କିପରି ଘଟେ ତାହା ସଠିକ ଭାବରେ ଜାଣିସାରିଲେଣି । ଗ୍ରହଣ ଓ ପରାଗ ଏକ ଛାଇ ଆଲୁଅର ଖେଳ ଯାହା ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀର ଏକ ବିଶେଷ ଅବସ୍ଥିତିରେ ଘଟିଥାଏ । 

ସୂର୍ଯ୍ୟ ପରାଗ ସମୟରେ ‘ପୃଥିବୀ ଓ ସୂର୍ଯ୍ୟ’ ମଝିରେ ଚନ୍ଦ୍ର ଏକ ସରଳରେଖାରେ ରହିଥାଏ ଓ ଚନ୍ଦ୍ରର ଛାଇ ପୃଥିବୀ ଉପରେ ପଡିଥାଏ ଓ ସେହି ଅଞ୍ଚଳର ଲୋକମାନେ କିଛି ସମୟ ପାଇଁ ଦିନବେଳେ ସୂର୍ଯ୍ୟକୁ ଦେଖିପାରନ୍ତି ନାହିଁ । ଏହା ରାତିର ଭ୍ରମ ସୃଷ୍ଟି କରିଥାଏ। ସୂର୍ଯ୍ୟ ପରାଗ ତିନି ପ୍ରକାରର : ଆଂଶିକ, ସଂପୂର୍ଣ୍ଣ ଓ ବଳୟ ।

ଆଧିକ ପଢନ୍ତୁ : ହାର୍ଟଆଟାକ୍ ଆସିବା ପୂର୍ବରୁ ଶରୀରରେ ଦେଖାଦିଏ ଏହିସବୁ ଲକ୍ଷଣ, ଅଣଦେଖା କଲେ ଚାଲିଯିବ ଜୀବନ

ଅନେକ ବର୍ଷ ପରେ ଏପ୍ରିଲ୍ ୮ ତାରିଖରେ  ସୂର୍ଯ୍ୟପରାଗ ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓ ମେକ୍ସିକୋର ଅତ୍ୟନ୍ତ ଜନବହୁଳ ଅଞ୍ଚଳରେ ପୂର୍ଣ୍ଣପରାଗ ଦେଖାଯିବ । ଏକ ଅନୁମାନ ଅନୁସାରେ ଏଥର ପୂର୍ଣ୍ଣପରାଗକୁ ଦେଖିବା ପାଇଁ ଏହି ଅଞ୍ଚଳରେ ୪ କୋଟିରୁ ଅଧିକ ଲୋକ ପୂର୍ଣ୍ଣ ସୂର୍ଯ୍ୟପରାଗ ଦେଖିବାକୁ ଚାହିଁ ବସିଛନ୍ତି । ଆଂଶିକ ପରାଗ ଦେଖାଯିବା ଅଞ୍ଚଳରେ ୪୫ କୋଟି ରୁ ଅଧିକ ଲୋକ ବସବାସ କରୁଛନ୍ତି ।

ଆଧିକ ପଢନ୍ତୁ : ଏହି ୫ଟି ଅଭ୍ୟାସ ବ୍ରେନ୍ ଷ୍ଟ୍ରୋ୍‌କ ହେବାର ଆଶଙ୍କାକୁ ବୃଦ୍ଧି କରି ଥାଏ, ଜାଣନ୍ତୁ ସେହି ଅଭ୍ୟାସ ବିଷୟରେ