ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

Special Nitikanti In Puri Srimandira on the occasion of Maha Bishuba Pana Sankranti and Odia New year
 
 
ଆଜି ମହାବିଷୁବ ପଣା ସଂକ୍ରାନ୍ତି  
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ । ନୂଆ ଓଡିଆ ପାଞ୍ଜିର ଆଜି ଶୁଭାରମ୍ଭ ହୋଇଛି । ଆଜି ମଧ୍ୟ ରାଜ୍ୟରେ ପାଳନ ହେଉଛି ହନୁମାନ ଜୟନ୍ତୀ। ଗଞ୍ଜାମ ଓ ଅନ୍ୟ କିଛି ଜିଲ୍ଲାରେ ଆଜି ପାରମ୍ପରିକ ଦଣ୍ଡ ନାଚର ଉଦଯାପନୀ ଭାବେ ମେରୁ ସଂକ୍ରାନ୍ତି ପାଳନ କରାଯାଉଛି । 

ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ପାଇଁ ସାରା ରାଜ୍ୟରେ ଆନନ୍ଦ ଓ ଉଲ୍ଲାସ ଲାଗି ରହିଛି । ସକାଳୁ ସକାଳୁ ଦେବାଳୟରେ ଭିଡ ଲାଗିଛି ।ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ବିଭିନ୍ନ ଜାଗା ଆଖଡ଼ା ମାନଙ୍କରେ ପୂଜା ପାଠ କରାଯିବାର ଵିଧି ରହିଛି l 

ଆଧିକ ପଢନ୍ତୁ : ମାନସିକ ଅବସାଦର ଶିକାର ହେବା ସହ ଅକସ୍ମାତ୍‌ ଦୂରଯାତ୍ରା କରି କରିପାରନ୍ତି! ପଢନ୍ତୁ ଏ ସପ୍ତାହର ରାଶିଫଳ

ଜାଗା ଅଖାଡାରେ ନୂଆ କୌପନି ପରିଧାନ କରି ମହାବୀରଙ୍କ ପୂଜା କରିବା ସହ କୁସ୍ତି ଓ ମଲ୍ଲ ଯୋଦ୍ଧା ଅଭ୍ୟାସ କରିଥାନ୍ତି । ସେହିପରି ଶ୍ରୀମନ୍ଦିରରୁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମହାବୀର ମନ୍ଦିରକୁ ଆଜ୍ଞାମାଳ ବିଜେର ପରମ୍ପରା ରହିଥିବାବେଳେ ନୂତନ ଓଡ଼ିଆ କ୍ୟାଲେଣ୍ଡର ସହିତ ନୂତନ ପାଞ୍ଜି ପ୍ରଚଳନ ଆରମ୍ଭ ମଧ୍ୟ ହୋଇଥାଏ ।

ଆଧିକ ପଢନ୍ତୁ : ୟୁରିକ୍ ଏସିଡ୍‌କୁ ଦୂର କରିବ ଏହି ୩ଟି ଜିନିଷ, ଯନ୍ତ୍ରଣାରୁ ମିଳିବ ମୁକ୍ତି!