ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

These Zodiac Signs Face Problems know your Horoscope 
 
These Zodiac Signs Face Problems know your Horoscope
ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ । ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି। ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ।  

ମେଷ- ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନ ପାଇ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି। ଶତ୍ରୁଭାବ ବୁଦ୍ଧି ହେଲେ ବି ଅନିଷ୍ଟ ହେବନି।

ବୃଷ- କ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ।

ମିଥୁନ- ରୋଜଗାର ଊଣା ହେବନି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତ ହେବ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

କର୍କଟ- କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟ ଆରମ୍ଭ କରିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।

ସିଂହ- ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ପ୍ରତି କାର୍ଯ୍ୟରେ ସଫଳ ହେବେ।

କନ୍ୟା- ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ତୁଳା- କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପାଇ ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ସାମାନ୍ୟ ଲାଭର ସୂଚନା ମିଳୁଛି।

ବିଛା- ସମସ୍ୟାକୁ ସାମ୍ନା କରିବେ। ଏକସଙ୍ଗରେ ଅନେକ ସଫଳତା ପ୍ରାପ୍ତି ହେବ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ।

ଧନୁ- ଆଜି ଦିନଟି ଆପଣଙ୍କ ପାଇଁ ଶୁଭମୟ ହେବ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ସୁସ୍ବାଦୁ ଭୋଜନ କରି ଆନନ୍ଦିତ ହେବେ।

ଅଧିକ ପଢ଼ନ୍ତୁ: ଜନ୍ମାଷ୍ଟମୀ ଅର୍ଦ୍ଧରାତ୍ରିର ଅମୃତ ବେଳାରୁ ଏହି 5ଟି ରାଶିରେ ଧନର ବର୍ଷା, ହେବେ ମାଲାମାଲ୍, ଜାଣନ୍ତୁ ରାଶି ଗୁଡିକର ନାମ ?

ମକର- ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ। ଗୃହ ନିର୍ମାଣ କାର୍ଯ୍ୟ କରିପାରନ୍ତି।

କୁମ୍ଭ- ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସାମାଜିକ ଜୀବନ ସୁଖମୟ ହେବ। ରାଜତୁଲ୍ୟ ପ୍ରଭାବ ସମ୍ପନ୍ନ ହୋଇପାରନ୍ତି। ଦେଶାଦିରେ ଆଧିପତ୍ୟ ଲାଭ କରିବେ।

ମୀନ- ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ନୂଆ ସମ୍ପର୍କ ଆରମ୍ଭ କରିବେ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।

ଅଧିକ ପଢ଼ନ୍ତୁ: ଶାଶୂ ଘରକୁ ସ୍ବର୍ଗ କରନ୍ତି ଏହି ଝିଅ; ଏମାନଙ୍କ ପାଖରେ ରହିଥାଏ ଏହି ଖାସ୍ ଗୁଣ, ଜାଣନ୍ତୁ ସେହି ବିଶେଷ ଗୁଣଗୁଡ଼ିକ କଣ...