ପ୍ରକୃତିର କହର ଦେଖିବେ ରାଜ୍ୟବାସୀ, ଗୋଟେ ନୁହେଁ ମାଡ଼ି ଆସୁଛି ୨ଟି ଲଘୁଚାପ…

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ସପ୍ତାହ ମଧ୍ୟରେ ରାଜ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଉଭୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଓ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ୩ ତାରିଖ ଦିନ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪ତାରିଖ ମାନେ ଆସନ୍ତାକାଲି ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହେବ ଓ ରାଜ୍ୟରେ ୩ରୁ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ସପ୍ତାହ ମଧ୍ୟରେ ରାଜ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଉଭୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଓ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।

୩ ତାରିଖ ଦିନ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪ତାରିଖ ମାନେ ଆସନ୍ତାକାଲି ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହେବ ଓ ରାଜ୍ୟରେ ୩ରୁ ୬ ତାରିଖ ଯାଏ ବର୍ଷା ହେବ ।

ସେହିପରି ୮ତାରିଖ ଦିନ ମଧ୍ୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଫଳରେ ୮ରୁ ୧୧ ତାରିଖ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି ।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି, ସାମ୍ଭାବ୍ୟ ଲଘୁଚାପ ଯୋଗୁଁ ମୌସୁମୀ ଟ୍ରଫ୍ ଲାଇନ୍ ଏବେ ଦକ୍ଷିଣମୁହାଁ ହୋଇଛି । ରାଜସ୍ଥାନରୁ ଏହା ବଙ୍ଗୋପସାଗର ଆଡ଼କୁ ଯାଉଛି । ଫଳରେ ରାଜ୍ୟରେ ମୌସୁମୀ ବାୟୁ ପୁଣି ସକ୍ରିୟ ହୋଇଛି । ୪ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଯୋଗୁଁ ରାଜ୍ୟରେ ୪ ଓ ୫ ତାରିଖ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲା ଯେଉଁଠାରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସେସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବରଗଡ଼ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କଟକ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪ଏବଂ ୫ ତାରିଖ ବେଳକୁ ଓଡ଼ିଶାର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୪ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡ, କନ୍ଧମାଳ ଏବଂ ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ପୁରୀ, ଗଂଜାମ, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ୫ତାରିଖରେ ସମ୍ବଲପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ଏବଂ କଟକ, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ ।