ପୁଣି ଭିଜେଇବ ବର୍ଷା, ରାଜ୍ୟରେ ଆସନ୍ତା ୧୮ରୁ ବଢ଼ିପାରେ ବର୍ଷା ସହ ଘଡ଼ଘଡ଼ି!

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ପୁଣି ବର୍ଷା କଲବଲ କରିବ । ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଖାଲି ଏତିକି ନୁହେଁ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ମାରିବାର ଯଥେଷ୍ଟ ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ଲାଗିରହିବ
 

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ପୁଣି ବର୍ଷା କଲବଲ କରିବ । ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଖାଲି ଏତିକି ନୁହେଁ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ମାରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି ।

୧୬ ତାରିଖ ଦିନ ଉତ୍ତର-କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ । ୧୭ ତାରିଖରେ ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି ।