ବେଦବ୍ୟାସ ପୀଠ ପାଇଁ ପୁଣି ୧୪କୋଟି ୫୦ଲକ୍ଷ ଟଙ୍କା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
 

CM Naveen Approves Rs 14.5 Crore More for the development of the Vedavyas temple in Rourkela
 
ବେଦବ୍ୟାସ ପୀଠ ପାଇଁ ୧୪କୋଟି ୫୦ଲକ୍ଷ ଟଙ୍କା ଅନୁମୋଦନ

ଓଡ଼ିଆ ଗସିପ୍ ବ୍ୟୁରୋ: କଥା ଦେଇ କଥା ରଖିଲେ ୫ଟି ସଚିବ ଭିକେ ପାଣ୍ଡିଆନ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି। ଧାର୍ମିକ ପୀଠର ବିକାଶ ପାଇଁ ରାଉରକେଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର ।

ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...

ରାଜ୍ୟର ଏକ ପ୍ରମୁଖ ତୀର୍ଥସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଜାରି ରହିଥିବା ବେଳେ ନୂତନ ମନ୍ଦିର ନିର୍ମାଣ ସହ ଅଧିକ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ହେବ। ପୁଣି ୧୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହେବା ପରେ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଛି।

ଅଧିକ ପଢ଼ନ୍ତୁ: ସ୍ବାମୀଙ୍କ ମୃତ୍ୟୁର ଦୁଃଖରେ କାନ୍ଦୁଥିବା ବେଳେ ସ୍ତ୍ରୀଙ୍କ ଚାଲିଗଲା ଜୀବନ, ଦୁହେଁ ଗୋଟିଏ ଜୁଇରେ ଏକାଠି ଜଳିଲେ 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୫ ଟି ସଚିବ ଭିକେ ପାଣ୍ଡିଆନ ଗତ ଜାନୁଆରୀ ୧୪ ତାରିଖ ବେଦବ୍ୟାସ ମନ୍ଦିର ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ଆଉ କଣ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଡିଟେଲ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଥିଲେ। 

ଅଧିକ ପଢ଼ନ୍ତୁ: ୪୨ ଜଣ ଓଏଏସ ଅଧିକାରୀଙ୍କୁ ବିଡିଓ ଭାବେ ବଦଳି, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିବାରୁ ବେଦବ୍ୟାସ ଟ୍ରଷ୍ଟ ବୋର୍ଡ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି। 

ଅଧିକ ପଢ଼ନ୍ତୁ: ୩୦ ବର୍ଷ ପରେ ଘଟିବାକୁ ଯାଉଛି ଏହି ଦୁର୍ଲଭ ଯୋଗ, ନବରାତ୍ରୀରେ ସମୟରେ ବଦଳିବ ଏହି ୩ ରାଶି ଜୀବନ...

ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ରାଜଗାଙ୍ଗପୁର କଂଗ୍ରେସ ବିଧାୟକ ରାଜନ ଏକ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଅଧିକ ପଢ଼ନ୍ତୁ: ପ୍ରେମିକା ସହ ଶାରୀରିକ ସମ୍ପର୍କ ରଖୁଥିଲେ ଯୁବତୀ, ଦେଖିଦେବାରୁ ଦୁଇ ସାନ ଭଉଣୀଙ୍କୁ ହତ୍ୟା କଲା ବଡ ଭଉଣୀ