ଏହି ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ଗସିପ୍ ବ୍ୟୁରୋ:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଅଧିକ ପଢନ୍ତୁ :୩୦ବର୍ଷ ପରେ ଶନି ଗୋଚର, ବଦଳିବ ଏମାନଙ୍କ ଜୀବନ, ସୁଖ ଶାନ୍ତି ବଢ଼ିବା ସହ ବଢିବ ଧନ !
ଏହି ପ୍ରକଳ୍ପ ଦୁଇଟି ହେଉଛି – ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଅଧିକ ପଢନ୍ତୁ :ଓଡ଼ିଶା ଉପରେ ରହିବ କି ବାତ୍ୟା ‘ମିଧିଲି’ର ପ୍ରଭାବ ? ଜାଣନ୍ତୁ କ'ଣ କହୁଛି IMD
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।
ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!
ଏହାଦ୍ବାରା ୪ଟି ବ୍ଲକ୍ର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ସିକୁଆଁ ପ୍ରକଳ୍ପ ଦ୍ବାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକ୍ରେ ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ବାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍ର ଜନସାଧାରଣ ଉପକାର ପାଇବେ ।
ଅଧିକ ପଢନ୍ତୁ: କର୍ମ ଚାପ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟା ସହ ଦେଖାଦେବ ମାନସିକ ଅବସାଦ! ପଢନ୍ତୁ ଆଜିର ରାଶିଫଳ