ସମଲେଇ ପ୍ରକଳ୍ପ : ପୀଠର ସ୍ୱର୍ଗୀୟ ଓ ଦିବ୍ୟ ପରିବେଶରେ ଭକ୍ତ ବିମୁଗ୍ଧ
ଓଡ଼ିଆ ଗସିପ ବ୍ୟୁରୋ: ପୂର୍ବରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ଏବେ ପଶ୍ଚିମରେ ମା ସମଲେଶ୍ବରୀଙ୍କ ପୀଠର ହୋଇଛି ରୂପାନ୍ତରଣ । ପୂର୍ବରୁ ପଶ୍ଚିମ ଯାଏ ସବୁଆଡେ ଦିବ୍ୟତାର, ଭାବ୍ୟତାର, ଆଧ୍ୟାତ୍ମିକତାର ଅନୁଭବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ମା ଙ୍କ ଦର୍ଶନ ଓ ପ୍ରାର୍ଥନା କରି ଓଡ଼ିଶା ବାସୀଙ୍କ ସୁଖ, ଶାନ୍ତି ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ । ତା ପରେ, ଶହ ଶହ ସାଧୁ, ସନ୍ଥ, ସେବକ, ପଣ୍ଡିତଙ୍କ ଗହଣରେ ଯଜ୍ଞ, ହୋମ, ଓ ମନ୍ତ୍ର ଧ୍ବନିରେ ପ୍ରକଳ୍ପର ଲୋକାର୍ପଣ କରିଥିଲେ ।
୨୦୨୧ ଫେବୃଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଥମେ ଏହି ପ୍ରକଳ୍ପର ରୂପରେଖ ପ୍ରସ୍ତୁତ କରି ନିର୍ଦ୍ଦେଶ ଦେଇଥିଲେ । ଏହାପରେ ୨୦୨୨ ମେ ୧୪ ତାରିଖ ଠାରୁ କାମ ଆରମ୍ଭ ହୋଇଥିଲା । ୫ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହା ରେକର୍ଡ ସମୟ ମଧ୍ୟରେ ସଂପୂର୍ଣ୍ଣ ହୋଇଛି । ପ୍ରତି ଏକ ମାସ, ଦୁଇ ମାସ ସମୟ ବ୍ୟବଧାନରେ ଶ୍ରୀ ପାଣ୍ଡିଆନ ସମ୍ବଲପୁର ଯାଇ ପ୍ରକଳ୍ପର ସମୀକ୍ଷା କରିଥିଲେ । ମନ୍ଦିର ଭିତରେ ପ୍ରାୟ ୬ ଏକର ପରିମିତ ଅଂଚଳରେ ଉନ୍ନୟନ କାର୍ଯ୍ୟ କରାଯାଇଛି । ଭୋଗ ମଣ୍ଡପ, ପୂଜକ ମାନଙ୍କ ବିଶ୍ରାମ ଗୃହ, ଭକ୍ତ ମାନଙ୍କ ଜିନିଷ ପତ୍ର ରଖିବା ପାଇଁ କ୍ଲୋକ ରୁମ୍, ପ୍ରସାଦ ସେବନ ଦୃହ, ଭୋଗ ବିକ୍ରୟ ଗୃହ, ପର୍ଯ୍ୟଟକ ସୂଚନା କେନ୍ଦ୍ର, କାଫେଟେରିଆ, ଆଦି ନିର୍ମିତ ହୋଇଛି ।
ଅଧିକ ପଢ଼ନ୍ତୁ: ରୂପାନ୍ତରଣ ସ୍ପର୍ଶରେ ଝଲସୁଛି ମାଆ ସମଲେଇଙ୍କ ପୀଠ: ‘ସମଲେଇ ପ୍ରକଳ୍ପ’ର ଶୁଭ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମନ୍ଦିର ବାହାରେ ଏକ କିଲୋମିଟର ଅଞ୍ଚଳରେ ପରିକ୍ରମା ର କରିଡ଼ର ନିର୍ମାଣ କରାଯାଇଛି । ସମସ୍ତ ନିର୍ମାଣ ଖାଣ୍ଡେଲାଇଟ ପଥରରେ ନିର୍ମିତ ହୋଇଛି । ପାର୍କିଂରେ ୨୦୦ ଟି ୪- ଚକିଆ ଗାଡ଼ି ଓ ୨୦ ବସ ରହିବାର ବ୍ୟବସ୍ଥା ହୋଇଛି । ମୁଖ୍ୟମନ୍ତ୍ରୀ ସମସ୍ତ ନବ ନିର୍ମିତ ନିର୍ମାଣ କାର୍ଯ୍ୟକୁ ବୁଲି ଦେଖିଥିଲେ । ପୁଷ୍କରିଣୀର ନୂଆ ରୂପ, ୱାଚ୍ ଟାୱାର, ପରିକ୍ରମା କରିଡ଼ର, ଚିତ୍ତାକର୍ଷକ ମହାନଦୀ ଘାଟ ସବୁ ଦେଖି ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଥିଲେ ।
ମହାନଦୀ ରିଭର୍ ଫ୍ରଣ୍ଟ ଦ୍ରୁଶ୍ୟ ଅତୀବ ରମଣୀୟ ହୋଇଛି । ଏହା ୩୫୦ ମିଟର ଦୀର୍ଘ ଓ ୨୫ ମିଟର ପ୍ରସ୍ଥ ବିଶିଷ୍ଟ କରାଯାଇଛି । ଆଳତି ପାଇଁ ୩୧ ମିଟରର ପ୍ଲାଟଫର୍ମ କରାଯାଇଛି । ମହାନଦୀ ଘାଟ ଅତ୍ୟନ୍ତ ଚିତ୍ତାକର୍ଷକ ରୂପ ନେଇଛି । ଏଠାରେ ସ୍ଥାୟୀ ଭାବେ ମହାନଦୀ ଆଳତି ର ବ୍ୟବସ୍ଥା କରାଯାଇଛି । ୩୭ ମିଟର ଦୀର୍ଘ, ଓ ୬ ମିଟର ଉଚ୍ଚ ଏକ ଫୁଟ ଓଭର ବ୍ରିଜ ମଧ୍ୟ ନିର୍ମାଣ କରାଯାଇଛି ।
ଅଧିକ ପଢ଼ନ୍ତୁ: ବଦଳିଲା ପାଣିପାଗ, ଏତିକି ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି କରିବ ଅସ୍ତବ୍ୟସ୍ତ
ସୂଚନା ଯୋଗ୍ୟ ଯେ ମାଙ୍କ ପୀଠକୁ ଦୈନିକ ଏବେ ୫ ରୁ ଦଶ ହଜାର ଭକ୍ତ ଆସୁଛନ୍ତି । ରୂପାନ୍ତର ପରେ ଦୈନିକ ୨୦ ହଜାର ଭକ୍ତ ଆସିବାର ସମ୍ଭାବନା ରହିଛି । ଏହା ସହିତ ପୂଜା ପାର୍ବଣ ଦିନରେ ୫୦ ହଜାର ରୁ ଏକ ଲକ୍ଷ ଭକ୍ତ ଆସିବାର ସମ୍ଭାବନା ରହିଛି । ଏହାଦ୍ବାରା ସ୍ଥାନୀୟ ଅର୍ଥନୀତିର ଉନ୍ନତି ହେବ । ଏହାସହିତ, ବିଶେଷକରି ପଶ୍ଚିମ ଓଡ଼ିଶାର ଶିଳ୍ପୀ, କାରିଗର ଓ ବୁଣାକାର ମାନେ ମଧ୍ୟ ଅଧିକ ରୋଜଗାର ପାଇବାର ସମ୍ଭାବନା ବୃଦ୍ଧି ପାଇବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପରେ ଦୃଢ଼ ଅବଦାନ ରଖିଥିବା ଶିଳ୍ପୀ, କାରିଗର ଓ ଶ୍ରମିକ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସେମାନେ ହେଲେ ଲିଙ୍ଗରାଜ ମହାରଣା, ଶିଶିର ସାହୁ, ସାରଙ୍ଗ ମେହେର, ସୋମନାଥ ସାହୁ, ନିର୍ମଳ ମହାରଣା, ହରିହର ପ୍ରଧାନ, ଶୁଭ ଚାରଣ ବେହେରା, ଓ ସନ୍ତୋଷ । ଅନ୍ୟପଟେ ପଶ୍ଚିମ ଓଡ଼ିଶାର ପଦ୍ମ ପୁରସ୍କାର ପ୍ରାପ୍ତ ସାତ ଜଣ ମହାନ୍ ବିଭୂତିଙ୍କୁ ମଧ୍ଯ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଭେଟି ଥିଲେ । ସେମାନେ ହେଲେ ହଳଧର ନାଗ, ଚତୁର୍ଭୁଜ ମେହେର, କ୍ରିଷ୍ଣା ପଟେଲ, ଜୀତେନ୍ଦ୍ର ହରିପାଲ, ବିନୋଦ ପଶାୟତ, ମିତ୍ରଭାନୁ ଗୌନ୍ତିଆ ଓ କୈଳାସ ଚନ୍ଦ୍ର ମେହେର ।