ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ, ପ୍ରବଳ ବର୍ଷା ହେବାର ଆଶଙ୍କା, ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି 
 

Heavy to heavy rain is likely in various dists of the odisha today
 
ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ, ପ୍ରବଳ ବର୍ଷା ହେବାର ଆଶଙ୍କା
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ୨ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧିପାଇବ। ୧୨ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୩ରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

୧୩ରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇ ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ଏହାର ପ୍ରଭାବରେ ଆଗାମୀ ୨ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆଶଙ୍କା ବୃଦ୍ଧି ପାଇଛି।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ପାଣିପାଗ କେନ୍ଦ୍ର କହିଛି ଯେ, ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ ଓ ସୁନ୍ଦରଗଡ଼ ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଥିବା ବେଳେ କଟକ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ସୋମବାର ମୌସୁମୀ ନିମ୍ନଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ଗୁନା, ସାଗର, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ୱିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ସହ ଦିନେ ଦୁଇ ଦିନ ମଧ୍ୟରେ ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ଆର୍ଥିକ ସଙ୍କଟରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି, ତାହାହେଲେ ଶୁକ୍ରବାର ରାତିରେ କରନ୍ତୁ ଏହି ଗୁପ୍ତ ଉପାୟ