ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ସିଡିପିଓ ନେଉଥିଲେ ୪୦ ହଜାର ଲାଞ୍ଚ, ରେଡ୍ ହେଣ୍ଡରେ ଧରିଲା ଭିଜିଲାନ୍ସ

Jharsuguda CDPO caught red-handed while accepting bribe of Rs 40,000     
 
Jharsuguda CDPO caught red-handed while accepting bribe of Rs 40,000
ସିଡିପିଓ ଙ୍କୁ ରେଡ୍ ହେଣ୍ଡରେ ଧରିଲା ଭିଜିଲାନ୍ସ

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସିଡିପିଓ । ଛତୁଆ ବିଲ୍ ପାସ୍ କରିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ଝାରସୁଗୁଡା ସିଡିପିଓ ସରୋଜିନ ଏକ୍କା । ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

ଅଧିକ ପଢନ୍ତୁ :- ଭେଣ୍ଡିଆ ପୁଅର ସ୍ତନବୃଦ୍ଧି ସମସ୍ୟା! କାହିଁକି ଏମିତି ହେଉଛି, କଣ କଲେ କମିବ ସ୍ତନର ଆକାର ଜାଣନ୍ତୁ

ଝାରସୁଗୁଡା ଜିଲ୍ଲାର ଏକ ସ୍ୱୟଂ ସହାୟକ ଗୋଷ୍ଠୀର ୪ ମାସର ଛତୁଆ ବିଲ ରିଲିଜ କରିବା ପାଇଁ ସିଡିପିଓ ( Child Development Project Officer) ୪୦ ହଜାର ଲାଞ୍ଚ ମାଗିଥିଲେ। ଏନେଇ ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଭିଜିଲାନ୍ସକୁ ଜଣାଯାଇଥିଲା। ଆଜି ଉକ୍ତ ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତିଙ୍କଠାରୁ ସିଡିପିଓ ସରୋଜିନ ଏକ୍କା ୪୦ ହଜାର ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ।

ଅଧିକ ପଢନ୍ତୁ :- ଜୀବନରେ ସେକ୍ସ ନିହାତି ଆବଶ୍ୟକ କାହିଁକି ? ଜାଣନ୍ତୁ ସୁସ୍ଥ ଯୌନ ସମ୍ପର୍କର ୭ଟି ଉପକାରିତା ବିଷୟରେ 

ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ଭିଜିଲାନ୍ସ ଅଧିକାରୀମାନେ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି। ସରୋଜିନୀ ଏକ୍କା ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି ।ଏହି ମାମଲାରେ ରାଉରକେଲା ଭିଜିଲାନ୍ସ ଥାନାରେ ମାମଲା ରୁଜୁ କରାଯାଇଛି। ମାମଲାର ତଦନ୍ତ ଜାରି ରହିଛି।