ଓଡ଼ିଶା ପାଇଁ ଜାରି ହେଲା ନୂଆ ରେନ୍ ଆଲର୍ଟ, ସାବଧାନ ରହୁନ୍ତୁ ଚାଷୀ କୂଳ, ମତ୍ସଜୀବୀ

 

ଓଡ଼ିଆ ଗସିପ୍ ବ୍ୟୁରୋ: ପାର୍ବଣ ବିଶେଷ କରି ଆଜିର ଶ୍ରୀଗଣେଶ ପୂଜାକୁ ନେଇ ଯେଉଁ ପାଣିପାଗ ସମ୍ପର୍କିତ ଆକଳନ କରାଯାଇଥିଲା ତାହା ସତ ହେବାକୁ ଯାଉଛି । ଏଇ ଏବେ ଏବେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଅର୍ଥାତ ଆସନ୍ତା କାଲି ଭୋର ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଯାହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ 24ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ରହିଛି । ଏହାରି ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ବଡ଼ ଧରଣର ବର୍ଷା ହୋଇପାରେ ।

 

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ଏଥିସହ ବାଲେଶ୍ୱର ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କଟକ,ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼. ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର କଳାହାଣ୍ଡି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହଯାଇଛି । ତେବେ ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେଉଥିବାରୁ ୨୦ ଏବଂ ୨୧ ତାରିଖ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପଶ୍ଚିମ ଓଡ଼ିଶା ସମେତ ୧୦ ଟି ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।