୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର, ଆମ ହସ୍ପିଟାଲ ଯୋଜନାକୁ ମଞ୍ଜୁରୀ ସହ ସହରାଞ୍ଚଳରେ ବିଦ୍ୟୁତ ସେବା ପାଇଁ ନୂଆ ଯୋଜନା
 

Odisha Cabinet Approves 12 Proposals In Different Sectors
 
 
୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର
 

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। କ୍ୟାବିନେଟ ବୈଠକରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ୫ଟି ଉପକ୍ରମରେ ନୂଆ ଯୋଜନା ଆମ ହସ୍ପିଟାଲକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ କରିଛି। 

ଅଧିକ ପଢନ୍ତୁ : ୨୩୭ ଦିନ ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ! ଶନି ଚଳନ ଫଳରେ ଏହି ୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି...

ସେହିପରି ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାର ନୂଆ ଯୋଜନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS। ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ପ୍ରଦାନ କରିଛି।

ସେହିପରି ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ଆଉ ପାଦେ ଆଗେଇଛି। କାରଣ ଆଜି କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରିପୋର୍ଟକୁ କ୍ୟାବିନେଟ୍ ମୋହର ମାରିଛି। ମେଟ୍ରୋ ରେଳ ପ୍ରକଳ୍ପ ଡିପିଆର୍‌କୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛି। ଫେଜ୍-୧ ଡିପିଆର୍‌ରେ ୫ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମଞ୍ଜୁରୀ ମିଳିଛି।

ଅଧିକ ପଢନ୍ତୁ : ୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

ଫେଜ୍-୧ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ଗଡିବ। ପ୍ରଥମ ପର୍ଯ୍ୟାୟ କାମ ୪ ବର୍ଷ ମଧ୍ୟରେ ସାରିବାକୁ ଲକ୍ଷ୍ୟ  ରଖାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ମୋଟ ୨୦ ଷ୍ଟେସନ ରହିବ। ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପୂରା ଓଭରବ୍ରିଜ୍‌ ଉପରେ ସମସ୍ତ ଷ୍ଟେସନ ଓ ରେଳ ଧାରଣା ରହିବ। ଏଥି ସହିତ ଅତ୍ୟାଧୁନିକ କୋଚ୍, ଟିକେଟ ଓ ସିଗ୍ନାଲ ବ୍ୟବହାର କରାଯିବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କାମ ପାଇଁ ନିଷ୍ପତ୍ତି ହୋଇଛି।

ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍‌, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!

ଅନ୍ୟପଟେ ଆଜିର କ୍ୟାବିନେଟ ବୈଠକରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାନିବିଲି ଗାଁ ନିକଟ ଋଶିକୁଲ୍ୟା ନଦୀରେ ବ୍ୟାରେଜ୍ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ୫ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ। ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ସେହିପରି ବ୍ରହ୍ମପୁରରେ ପ୍ରସ୍ତାବିତ ରିଂ ରୋଡକୁ କ୍ୟାବିନେଟ୍ ଗ୍ରୀନ୍ ସିଗନାଲ ଦେଇଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ୫ଞ ଉପକ୍ରମରେ ଆରମ୍ଭ ହୋଇଥିବା ଆମ ହସପିଟାଲ୍ ଯୋଜନାରେ ଲାଗିଛି କ୍ୟାବିନେଟ୍ ମୋହର।

ଅଧିକ ପଢନ୍ତୁ :୩୦ବର୍ଷ ପରେ ଶନି ଗୋଚର, ବଦଳିବ ଏମାନଙ୍କ ଜୀବନ, ସୁଖ ଶାନ୍ତି ବଢ଼ିବା ସହ ବଢିବ ଧନ !