ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, କେନ୍ଦ୍ର ପରେ ରାଜ୍ୟ ସରକାର ବଢ଼ାଇଲେ ମହଙ୍ଗା ଭତ୍ତା
 

Odisha CM Naveen Patnaik announces 4 pc hike in DA for state govt employees
 
କେନ୍ଦ୍ର ପରେ ରାଜ୍ୟ ସରକାର ବଢ଼ାଇଲେ ମହଙ୍ଗା ଭତ୍ତା
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨ ପ୍ରତିଶତରୁ ୪୬ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲାରୁ ପିଛିଲା ଭାବରେ ଲାଗୁ କରାଯାଇଛି। 

ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!

ଏହାର ଅର୍ଥ ହେଉଛି ନଭେମ୍ବରରେ ବର୍ଦ୍ଧିତ ଦରମା ସହିତ ରାଜ୍ୟ ସରକାରୀ କର୍ମଚାରୀମାନେ ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ଚାରିମାସ ବକେୟା ଟଙ୍କା ପାଇବେ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। 

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

ଏହା ସହିତ ପେନସନଭୋଗୀଙ୍କ ଟିଆଇରେ ମଧ୍ୟରେ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ବାରା ପ୍ରାୟ ସାଢ଼େ ୪ ଲକ୍ଷ ସରକାରୀ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ଏହା ରାଜ୍ୟ ସରକାରଙ୍କ ପୂଜା ଭେଟି।

ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...