ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ...
 

Odisha Govt Effects IAS Reshuffle
 
 
ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
 

ଓଡ଼ିଆ ଗସିପ୍ ବ୍ୟୁରୋ:ବୁଧବାର ଆଇଏଏସ୍ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁରୀ ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମ(ସିଏମସି)ର କମିଶନର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। 

ଆଧିକ ପଢନ୍ତୁ :ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବା ସହ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହେବ! ପଢନ୍ତୁ ରାଶିଫଳ 

ଏଥି ସହିତ ସେ କଟକ ଉନ୍ନୟନ ପରିଷଦ(ସିଡିଏ)ର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।ସେହିପରି ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। 

ବାଲେଶ୍ବର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେହିପରି CMC କମିଶନର ଥିବା ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ