ଆଜିଠୁ ୨ଦିନ ପର୍ଯ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରର ଆଗୁଆ ସୂଚନା!
 

Rain likely in these districts of Odisha for two days
 
 
ଆଜିଠୁ ୨ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରର ଆଗୁଆ ସୂଚନା 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜିଠୁ ୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ଅଧିକା ପଢନ୍ତୁ : ମକର ରାଶିରେ ସୂର୍ଯ୍ୟଙ୍କ ଚଳନ, ୧୫ରୁ ବଦଳିବ ଏହି ୪ ରାଶିର ଭାଗ୍ୟ, ହେବ ଧନର ବର୍ଷା !

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି  ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଅଧିକା ପଢନ୍ତୁ : ସୁସ୍ଥ ଶରୀର ପାଇଁ ସୁସ୍ଥ ଆହାର, ଏହି ୪ଟି ଜିନିଷ ସେବନ କଲେ ଦୂର ହେବ ମଧୁମେହ ସମସ୍ୟା!

ସେହିପରି ୧୮ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲାରେ ସ୍ୱଳ୍ପ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। 

ଅଧିକା ପଢନ୍ତୁ : ସାବଧାନ ! କିଡନୀ ରୋଗୀ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

ରାଜ୍ୟରେ ବର୍ତ୍ତମାନ ବିଭିନ୍ନ ଜିଲ୍ଲାରେ ଶୀତର ପ୍ରକୋପ ଜାରି ରହିଛି। ତାପମାତ୍ରାରେ ହ୍ରାସ ଯୋଗୁଁ ଶୀତ ବୃଦ୍ଧି ହୋଇଥିବା ବେଳେ ଏହି ସ୍ଥିତି ଆସନ୍ତା ୫ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଅଧିକା ପଢନ୍ତୁ : ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ