ବିଲ୍ ପାସ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ
 

Senior clerk in Vigilance net for accepting bribe in Odisha
 
 
Senior clerk in Vigilance net for accepting bribe in Odisha
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କିରାଣୀ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ମୁଖ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଙ୍ଗଳ ବିଭାଗ କାର୍ଯ୍ୟରତ ଭାରାପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ  ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ଅଧିକ ପଢନ୍ତୁ :ପେଟ କ୍ୟାନ୍ସରରୁ ଦୂରେଇ ରହିବାକୁ ଚାହାଁନ୍ତି କି ? ଏହି ଖାଦ୍ୟ ଖାଇବା ବନ୍ଦ କରନ୍ତୁ, ନଚେତ୍ ଭୋଗିବେ  

ଖବର ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଅନୁକମ୍ପା ଅର୍ଥ ବିଲ୍ ପାସ କରାଇ ଦେବାକୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ। ଟୁନିଆ ଜେନା ନାମକ ଜଣେ ମହିଳାଙ୍କ ଠାରୁ ସରକାରଙ୍କ ପକ୍ଷରୁ ଜିଲ୍ଲା ମଙ୍ଗଳ ବିଭାଗ ନିକଟକୁ ୭୫ ହଜାର ଟଙ୍କାର କ୍ଷତିପୂରଣ ଅନୁକମ୍ପା ଅର୍ଥରାଶି ଆସିଥିଲା। 

ଅଧିକ ପଢନ୍ତୁ :ଶୁକ୍ରଙ୍କ ଚଳନ ଫଳରେ ଏହି ୪ ରାଶିଙ୍କ ପାଇଁ ପାଲଟିବ ବରଦାନ! ନୂଆବର୍ଷ ପୂର୍ବରୁ ମିଳିବ ଧନ..

ତେବେ ଏହାକୁ ପାସ କରାଇବା ପାଇଁ କିରାଣୀ ୨୫ ହଜାର ଦାବି କରିଥିଲେ। ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଆଜି ୧୦ ହଜାର ଦାବି କରିଥିଲେ। ଯୋଜନା ମୁତାବକ ଟଙ୍କା ନେଉଥିବାବେଳେ ଯାଜପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।

ଅଧିକ ପଢନ୍ତୁ :କଣ୍ଡୋମ ବ୍ୟବହାର କରୁଥିଲେ ସାବଧାନ; ଜାଣି ରଖନ୍ତୁ ଏହି ୫ଟି ଜରୁରୀ କାରଣ !