ଇସ୍ତଫା ଦେଲେ ସୌମ୍ୟରଂଜନ ପଟ୍ଟନାୟକ, ତନୟା ପଟ୍ଟନାୟକ ହେଲେ ସମ୍ବାଦର ନୂଆ ସଂପାଦକ
 

Tanaya Patnaik succeeds Soumya Ranjan Patnaik as editor of sambad
 
ତନୟା ପଟ୍ଟନାୟକ ହେଲେ ସମ୍ବାଦର ନୂଆ ସଂପାଦକ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଶ୍ରୀ ସୌମ୍ୟରଂଜନ ପଟ୍ଟନାୟକ ବ୍ୟକ୍ତିଗତ କାରଣରୁ ‘ସମ୍ବାଦ’ ସଂପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍‌ର ଅଧ୍ୟକ୍ଷ ପଦରୁ ଆଜି ଅବ୍ୟାହତି ନେଇଛନ୍ତି। ‘ସମ୍ବାଦ’ ଗ୍ରୁପ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତୀ ତନୟା ପଟ୍ଟନାୟକ ‘ସମ୍ବାଦ’ର ନୂତନ ସଂପାଦକ ଭାବେ ଆଜି କାର୍ଯ୍ୟଭାର ଗ୍ରହଣ କରିଛନ୍ତି।

ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ

ଓଡିଶାର ଲୋକପ୍ରିୟ ସମ୍ବାଦପତ୍ର ସମ୍ବାଦର ସଂପାଦକ ପଦରୁ ଇସ୍ତଫା ଦେଇ ହଠାତ ସୌମ୍ୟରଂଜନ ଏପରି କାହିଁକି ନିଷ୍ପତି ନେଲେ ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ଚାଲିଛି।

ଅଧିକ ପଢ଼ନ୍ତୁ: ହୃତ୍‌ପିଣ୍ଡକୁ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏସବୁ ଖାଦ୍ୟ, କମିବ ହୃଦ୍‌ଘାତ ହେବାର ଆଶଙ୍କା

କେବଳ ସଂପାଦକ ନୁହେଁ ସେ ଇଷ୍ଟର୍ଣ୍ଣ ମିଡିଆ ଅଧ୍ୟକ୍ଷ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ତେବେ ଇସ୍ତଫାର କାରଣ ସଂପର୍କରେ କୁହାଯାଇଛି ଯେ, ବ୍ୟକ୍ତିଗତ କାରଣ। ହେଲେ କଣ ବ୍ୟକ୍ତିଗତ କାରଣ ତାହା ଉଲ୍ଲେଖ କରାଯାଇ ନାହିଁ।

ଅଧିକ ପଢ଼ନ୍ତୁ: ଜାଣିବାକୁ ଚାହୁଁଛନ୍ତି କି କେମିତି କଟିବ ଆପଣଙ୍କ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…