ଚର୍ଚ୍ଚାରେ ପଖାଳ; ଦେହକୁ ହିତ ମନକୁ ଶାନ୍ତି ଆଉ କରୋନାକୁ ଭଗାଇବାର ହେବ ସଞ୍ଜୀବନି, ଅଭ୍ୟାସ ନଥିଲେ ଆଜି ବି  ବାସି ପଖାଳ ଖାଆନ୍ତୁ

 

ଓଡ଼ିଆ ଗସିପ୍ ବ୍ୟୁରୋ: ପଖାଳକୁ ନେଇ ଭୁବନେଶ୍ୱର ଏମସର ଅଧ୍ୟନୟ ରିପୋର୍ଟ ସମ୍ପର୍କରେ ଆମେ ପୂର୍ବରୁ ଆପଣଙ୍କୁ ଅବଗତ କରାଇ ସାରିଛୁ । ଏବେ ଆସନ୍ତୁ ଜାଣିବା ଭାତ- ବା ପଖାଳର ପ୍ରକାର ଭେଦ ସମ୍ପର୍କରେ କିଛି ତଥ୍ୟ.....

ପ୍ରକାର ଭେଦ

ସଜ ପଖାଳ: ଗରମ ଭାତରୁ ପେଜ ନ ଗାଳି, ସେଥିରେ ଥଣ୍ଡାପାଣି ଦେଇ ଯେଉଁ ପଖାଳ ପ୍ରସ୍ତୁତ କରାଯାଏ ତାକୁ ସଜ ପଖାଳ କୁହାଯାଏ । ସଜପଖାଳରେ କାଗିଜି ଲେମ୍ବୁ ଚିପୁଡ଼ି କିମ୍ବା ଦହି ଗୋଳାଇ ଖାଇଲେ ସ୍ୱାଦିଷ୍ଟ ହୋଇଥାଏ ।

ଏହାକୁ ଭୃସଙ୍ଗ ପତ୍ର (ଭୁର୍ସୁଙ୍ଗା ପତ୍ର ବା ଭେରସୁଙ୍ଗା ପତ୍ର), ଟଭାଗଛର ପତ୍ର ଛୁଙ୍କ ଦେଇ ସେଥିରେ କଟା ଦେଶୀ ପିଆଜ, ବସାଦହି, ଆମ୍ବକସିଆ ଅଦା, କଞ୍ଚାଲଙ୍କା ଓ ଦରକାର ମୁତାବକ ଲୁଣ ପକାଇଲେ ଏହାର ସ୍ୱାଦ ଆହୁରି ବଢ଼ିଯାଏ ।

ବାସି ପଖାଳ: ଭାତ ପଖାଳିବାର ୧୦-୧୨ ଘଣ୍ଟା ବା ୧ ଦିନ ବା ଆହୁରି କିଛି ସମୟ ରଖି ଏହା ତିଆରି କରାଯାଇଥାଏ । ଏହା କିଛି ପରିମାଣରେ ଟଙ୍କ (ଖଟା) ମଧ୍ୟ ଲାଗିଥାଏ । ଏହା ଖଟା ହୋଇଥିବାରୁ ଏଥିରେ ଲେମ୍ବୁ ବା ଦହି ପକାଇବାର ଆବଶ୍ୟକତା ନ ଥାଏ ।

ଜିରା ପଖାଳ: ଜିରା, ଭୃସଙ୍ଗ ପତ୍ର ଆଦିକୁ ଭାଜି ପଖାଳରେ ମିଶାଇ ଏହା ତିଆରି କରାଯାଇଥାଏ ।

ଦହି ପଖାଳ: ଏହା ସଜ ବା ବାସି ପଖାଳରେ ଦହି ଓ ଭଜା ଜିରା, ରସୁଣ, ଭୃଷଙ୍ଗ ପତ୍ର ଆଦି ଛୁଙ୍କ ଦେଇ ତିଆରି କରାଯାଇଥାଏ ।

ପଖାଳ ସହ ଆମ୍ବ, ଆଳୁଚକଟା ଓ ଛତୁ ତାଟିଆବସା

ଚାଇଁ ପଖାଳବା ଗରମ ପଖାଳ : ଏହା ସଜ ଭାତରେ ଗରମ ନ ଛାଡ଼ୁଣୁ ପାଣି ମିଶାଇ ତିଆରି କରାଯାଇଥାଏ ଓ ଗରମ ଗରମ ଖିଆଯାଇଥାଏ । ଏଥିରେ ଗାଈ କ୍ଷୀର ବା ମିଇଁଷି ଘିଅ ପକାଇ ମଧ୍ୟ କେହି କେହି ଖାଇଥାନ୍ତି।

ଟଭା ପଖାଳ

ଅଦା ପଖାଳ

କଞ୍ଚାଆମ୍ବ ପଖାଳ

କାକୁଡ଼ିକୋରା ପଖାଳ

ବଡ଼ି ପଖାଳ

ପଖାଳ ସହ ବଡ଼ିଚୁରା ଓ ଭଜା ତଥା ଧନିଆ, ନଡ଼ିଆ, ପୋଦିନା, ଆମ୍ବ, କରମଙ୍ଗା, ତେନ୍ତୁଳି, ଆମ୍ବୁଲ ଆଦିରେ ତିଆରି ଚଟଣି ଖିଆଯାଇଥାଏ । ରସୁଣ, ଲଙ୍କା ଓ ପଞ୍ଚୁ ଫୁଟଣରେ ଛୁଙ୍କଦେଇ ପ୍ରସ୍ତୁତ କରାଯାଇଥିବା ସୁନୁସୁନିଆ, ଲେଉଟିଆ, କୋଶଳା, ମଦରଙ୍ଗା, ଖଡ଼ା, ସଜନା, କଳମ ଆଦି ଶାଗ ମଧ୍ୟ ଖିଆଯାଇଥାଏ । ବିଭିନ୍ନ ପ୍ରକାରର ପତର ପୋଡ଼ା, ମାଛ, କଙ୍କଡ଼ା ଛେଚା, ବିଶେଷ କରି ରସୁଣ ବା ପିଆଜ ଯୁକ୍ତ ଭେଣ୍ଡି, ଜହ୍ନି, ସାରୁ ଚକଟା, ବଡ଼ିଚୁରା ସହିତ ପଖାଳ ଖିଆଯାଏ । ପଖାଳକୁ ବିଭିନ୍ନ ପ୍ରକାରର ଆଚାର ସହିତ ମଧ୍ୟ ଖିଆ ଯାଇଥାଏ । ଆମ୍ବ ସମୟରେ ଆମ୍ବ କଷିକୁ ଛିଡ଼ାଇଦେଲେ ତାଡେମ୍ଫରୁ ଯେଉଁ ନସି ବା ନସା ବାହାରେ ତାହା ପଖାଳ ଭାତରେ ବ୍ୟବହାର କରାଯାଏ ।

ମାଟି ହାଣ୍ଡିରେ ପଖାଳକୁ ବାସି କରି ତାର ତୋରାଣିରୁ ପ୍ରସ୍ତୁତ କାଞ୍ଜିକୁ ହାଣ୍ଡି କାଞ୍ଜି ବୋଲି କହିଥାନ୍ତି। ଏହା ଭେଣ୍ଡି, ବୁଢା ବାଇଗଣ ବା କାକୁଡ଼ି, ଭୃସଙ୍ଗ ପତ୍ର ଓ ପଞ୍ଚୁ ଫୁଟଣ ଦେଇ ଛୁଙ୍କ କରାଯାଏ । ଏହା ଔଷଧୀୟ ଗୁଣ ଯୁକ୍ତ ।