ଏହି ତାରିଖରୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

There Is A Possibility Of Rain And Thunderstorm In These Districts Of Odisha Within 24 hours
 
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅଧିକ ପଢ଼ନ୍ତୁ: ଯୌନ ସ୍ବାସ୍ଥ୍ୟ ପାଇଁ ବରଦାନ ଅଟେ ଖଜୁରି! ପ୍ରତିଦିନ ସେବନ କଲେ ମିଳିଥାଏ ଏହି ସବୁ ଜବରଦସ୍ତ ଫାଇଦା

ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ଢେଙ୍କାନଳ, ଯାଜପୁର, ବାଲେଶ୍ବର, ଭଦ୍ରକ, ପୁରୀ, ଖର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ଅଧିକ ପଢ଼ନ୍ତୁ: ଗର୍ଭାବସ୍ଥାରେ ଖାଆନ୍ତୁ ଏହିସବୁ ମହତ୍ଵପୂର୍ଣ୍ଣ ଖାଦ୍ୟ; ପିଲା ହେବ ବୁଦ୍ଧିମାନ ଏବଂ ସୁସ୍ଥସବଳ...

ଆସନ୍ତା ୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହି ବର୍ଷା ହେବ ବୋଲି ଆଶଙ୍କା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି । ତେବେ ୪ ତାରିଖ ଠାରୁ ବିସ୍ତୃତ ବର୍ଷା ସମ୍ଭାବନା ଥିବା କୁହା ଯାଇଛି ।