ନାବାଳକ ପରେ ପୁଣି ଆଜି ଶୌଚ ହେବା ଲାଗି ବାହାରକୁ ଯାଇଥିବା ମହିଳାଙ୍କୁ ଖାଇଦେଲା ବାଘ
 

Tiger kills woman in Nuapada
 
ମହିଳାଙ୍କୁ ଖାଇଦେଲା ବାଘ
 

ଓଡ଼ିଆ ଗସିପ୍ ବ୍ୟୁରୋ: ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ । ସଦର ରେଞ୍ଜ ଅନ୍ତର୍ଗତ ସିଲିଆରିବାହାରା ଗାଁରେ ଜଣେ ମହିଳାଙ୍କୁ ବାଘ ଟାଣି ନେଇ ମାରି ଖାଇଦେଇଥିବା ଅଭିଯୋଗ ହୋଇଛି। ଗତକାଲି ମହିଳାଜଣଙ୍କ ଶୌଚ ହେବା ଲାଗି ବାହାରକୁ ଯାଇ ଆଉ ଫେରିନଥିଲେ । ଆଜି ମହିଳାଙ୍କୁ ବାଘ ମାରି ଖାଉଥିବା ଲୋକେ ଦେଖିଥିଲେ । 

ଅଧିକ ପଢ଼ନ୍ତୁ : ଚର୍ଚ୍ଚାରେ ୩ ରାଜ୍ୟରେ ୩ଜଣ ପ୍ରଭାବଶାଳୀ ତାମିଲ୍‍ ଅଧିକାରୀ, ଚାକିରି ଛାଡ଼ି ରାଜନୀତିକ ଅଧ୍ୟାୟରେ ରଖିଛନ୍ତି ପାଦ 

ଜଙ୍ଗଲରେ ମୃତ ମହିଳାଙ୍କ ମୁଣ୍ଡ ଓ ଗଣ୍ଡି ପଡ଼ିଥିବା ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି । ଖବର ପାଇ ନୂଆପଡା ବନବିଭାଗ କର୍ମଚାରୀ ଗାଁରେ ପହଞ୍ଚି ତଦନ୍ତ କରୁଛନ୍ତି । ସୂଚନାଯୋଗ୍ୟ, ଗତ ୩୦ ତାରିଖରେ ଏକ କଲରାପତରିଆ ବାଘ ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ କଟିଙ୍ଗପାଣି ଗାଁ ଗୋଧସପଡ଼ାରେ ଏକ ୮ ବର୍ଷର ନାବାଳକକୁ ମାରି ଦେଇଥିଲା। 

ଅଧିକ ପଢ଼ନ୍ତୁ :ଆଜିଠୁ ଆରମ୍ଭ ହେଲା ଗୃହ ଲକ୍ଷ୍ମୀ ଯୋଗ, ଏହି ୩ ରାଶିଙ୍କ ବଦଳିବ ଭାଗ୍ୟ, ବର୍ଷିବ ଧନ!

ନାବାଳକଟି ଘର ପାଖରେ ଖେଳୁଥିବା ବେଳେ ତାକୁ ବାଘ ଝାମ୍ପି ନେଇଥିଲା। ଗାଁ ଲୋକଙ୍କ ସହାୟତାରେ ପରିବାର ଲୋକେ ବାଘକୁ ଗୋଡ଼ାଇ ଥିଲେ। ଏହାପରେ ବହୁ ଖୋଜାଖୋଜି ପରେ ଏକ ଗୁମ୍ଫାରୁ ଶିଶୁଟିକୁ ଉଦ୍ଧାର କରାଯାଇଥିବା ବେଳେ ତା’ର ମୃତ୍ୟୁ ହୋଇଯାଇଥିଲା।

ଅଧିକ ପଢ଼ନ୍ତୁ :୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!