ବିଜେପିର ବେଆଇନ ମିଟିଂ କୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେଡ଼ି

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍ ର ତରୋଟା ହାଟ ପଡ଼ିଆରେ ଆଜି ବିଜେପି ପକ୍ଷରୁ ଆୟୋଜିତ ନିର୍ବାଚନ ସଭାକୁ ଅବୈଧ କହିଛି ବିଜୁ ଜନତା ଦଳ । ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ା ଲୋକସଭା ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଏବଂ ମାହାଙ୍ଗା ବିଧାନସଭାର ବିଜେପି ପ୍ରାର୍ଥୀ ଶାରଦା ପ୍ରଧାନଙ୍କ ସମେତ ଅନ୍ୟ ବିଜେପି ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ । ସଂପୃକ୍ତ ନେତାମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ
 

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍ ର ତରୋଟା ହାଟ ପଡ଼ିଆରେ ଆଜି ବିଜେପି ପକ୍ଷରୁ ଆୟୋଜିତ ନିର୍ବାଚନ ସଭାକୁ ଅବୈଧ କହିଛି ବିଜୁ ଜନତା ଦଳ । ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ା ଲୋକସଭା ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଏବଂ ମାହାଙ୍ଗା ବିଧାନସଭାର ବିଜେପି ପ୍ରାର୍ଥୀ ଶାରଦା ପ୍ରଧାନଙ୍କ ସମେତ ଅନ୍ୟ ବିଜେପି ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ ।

ସଂପୃକ୍ତ ନେତାମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାବି କରିଛି ବିଜେଡ଼ି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିବା ବିଜେଡ଼ି ପ୍ରତିନିଧି ଦଳରେ ଦଳର ମୁଖପାତ୍ର ସୁଲତା ଦେଓ, ଡ. ସସ୍ମିତ୍ ପାତ୍ର ଏବଂ ଲେଲିନ ମହାନ୍ତି ସାମିଲ ଥିଲେ ।