ଚାମ୍ପିୟନ୍ ଟିମ୍ ହେବେ ମାଲାମାଲ, ICC ଘୋଷଣା କଲା ପୁରସ୍କାର ରାଶି, ଜାଣନ୍ତୁ କେଉଁ ଟିମ୍କୁ ମିଳିବ କେତେ କୋଟି
ଓଡ଼ିଆ ଗସିପ୍ ବ୍ୟୁରୋ:ଅକ୍ଟୋବର ୫ରୁ ଭାରତରେ ଖେଳାଯିବ ବିଶ୍ୱକପ ୨୦୨୩। ବିଶ୍ବକପ୍ ନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଥିବା ବେଳେ ଆଜି ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ବିଶ୍ବକପ୍ର ପୁରସ୍କାର ରାଶି ଘୋଷଣା କରିଛି। ଆଇସିସି ଟୁର୍ନାମେଣ୍ଟ ପାଇଁ ମୋଟ୍ ୧୦ ମିଲିୟନ ଆମେରିକୀୟ ଡଲାର ପୁରସ୍କାର ରାଶି ଘୋଷଣା କରିଛି। ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ୮୨.୯୩ କୋଟି ଟଙ୍କା।
ଅକ୍ଟୋବର ୫ରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ। ନଭେମ୍ବର ୧୯ରେ ଟୁର୍ନାମେଣ୍ଟର ଫାଇନାଲ ଅନୁଷ୍ଠିତ ହେବ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉଭୟ ଉଦ୍ଘାଟନ ଏବଂ ଫାଇନାଲ ମ୍ୟାଚ୍ ଖେଳାଯିବ।
ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ
ଅକ୍ଟୋବର ୫ରୁ ଆରମ୍ଭ ହେଉଥିବା କ୍ରିକେଟ୍ ମହାକୁମ୍ଭ ପାଇଁ ସାରା ବିଶ୍ୱରେ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ନଭେମ୍ବର ୧୯ ପର୍ଯ୍ୟନ୍ତ ଘରୋଇ ଗ୍ରାଉଣ୍ଡରେ ଖେଳା ଯିବାକୁ ଥିବା ବିଶ୍ୱକପ୍ ପାଇଁ ଅଧିକାଂଶ ଷ୍ଟାଡିୟମ୍ରେ ସିଟ୍ ବୁକ୍ ସରିଗଲାଣି।
ସେପଟେ ଆଇସିସି ଘୋଷଣା କରିଥିବା ପୁରସ୍କାର ରାଶିରେ ଚାମ୍ପିୟନ୍ ଟିମ୍କୁ ଚାରି ମିଲିୟନ ଆମେରିକୀୟ ଡଲାର ଅର୍ଥାତ ୩୩.୧୭ କୋଟି ମିଳିବ। ଏଥି ସହିତ ରନର୍ସ ଅପ୍ ଟିମ୍କୁ ଦୁଇ ନିୟୁତ ଆମେରିକୀୟ ଡଲାର ଅର୍ଥାତ ୧୬.୫୯ କୋଟି ଟଙ୍କା ମିଳିବ।
ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ
ବିଶ୍ବକପ୍ ଖେଳୁଥିବା ସମସ୍ତ ୧୦ଟି ଟିମ୍ ଗ୍ରୁପ୍ ପର୍ଯ୍ୟାୟରେ ଏକ ରାଉଣ୍ଡ-ରବିନ ଫର୍ମାଟରେ ପରସ୍ପରକୁ ଭେଟିବେ। ପଏଣ୍ଟ ଟେବୁଲର ଶ୍ରେଷ୍ଠ ଚାରିଟି ଦଳ ସେମିଫାଇନାଲରେ ପ୍ରବେଶ କରିବେ। ୧୦୧୯ରେ ମଧ୍ୟ ସମାନ ଫର୍ମାଟରେ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା।
ଚଳିତ ବିଶ୍ବକପ୍ର ଗ୍ରୁପ୍ ପର୍ଯ୍ୟାୟ ମ୍ୟାଚ୍ ଜିତିଲେ ମଧ୍ୟ ପୁରସ୍କାର ରାଶି ଦେବାକୁ ଘୋଷଣା କରାଯାଇଛି। ଟିମ୍ ଗୁଡ଼ିକୁ ପ୍ରତ୍ୟେକ ବିଜୟ ପାଇଁ ୪୦,୦୦୦ ଆମେରିକୀୟ ଡଲାର (୩୩.୧୭ ଲକ୍ଷ ଟଙ୍କା) ମିଳିବ। ଗ୍ରୁପ୍ ପର୍ଯ୍ୟାୟ ଶେଷରେ ଯେଉଁ ଟିମ୍ ନକ୍ଆଉଟ୍ରେ ପହଞ୍ଚିବାରେ ବିଫଳ ହେବେ, ପ୍ରତ୍ୟେକଙ୍କୁ ୧୦୦,୦୦୦ ଡଲାର୍ (୮୨.୯୪ ଲକ୍ଷ) ମିଳିବ।
ଅଧିକ ପଢ଼ନ୍ତୁ: କାହା ପାଇଁ ଭଲ ତ କାହା ପାଇଁ ଖରାପ; କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ
ବିଶ୍ୱକପରେ ୪୮ଟି ମ୍ୟାଚ୍ ଖେଳାଯିବ
ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ