ଅଞ୍ଜନା ମିଶ୍ରଙ୍କୁ ନ୍ୟାୟ ମିଳିଲା: ଗଣଦୁଷ୍କର୍ମକାରୀକୁ ଫାଶି ଦାବି କଲେ

ଅଞ୍ଜନା ମିଶ୍ରଙ୍କୁ ନ୍ୟାୟ ମିଳିଲା: ଗଣଦୁଷ୍କର୍ମକାରୀକୁ ଫାଶି ଦାବି କଲେ

ଓଡ଼ିଆ ଗସିପ୍ ବ୍ୟୁରୋ: ୨୨ ବର୍ଷ ତଳର ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ। ଗିରଫ ମୁଖ୍ୟ ଅଭିଯୁକ୍ତର ନାମ ବିବନ ବିଶ୍ୱାଳ । ଏ ନେଇ ପ୍ରେସମିଟ୍‌ରେ  ସୂଚନା ଦେଇଛନ୍ତ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମହାରାଷ୍ଟ୍ରର ପୁନେରୁ ତାକୁ ଗିରଫ କରିଛି କମିଶନରେଟ୍ ପୋଲିସ।

ସାମ୍ବାଦିକ ସମ୍ମିଳନୀରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ କହିବା ଅନୁଯାୟୀଗଣଦୁଷ୍କର୍ମ ପରେ ମୁଖ୍ୟ ଅଭିଯୁକ୍ତ ବିବନ ଫେରାର ଥିଲା। ସେ ପୁଣେରେ ରହୁଥିବା ଜଣାପଡ଼ିଥିଲା। ପୁଣେର ଆମ୍ବି ଭ୍ୟାଲିରେ ବିବନ ନାମ ବଦଳାଇ ରହୁଥିଲା। ସେଠାରେ ସେ ଜଳନ୍ଧର ସ୍ୱାଇଁ ପରିଚୟ ଦେଇ ପାଣି ମିସ୍ତ୍ରୀ ଭାବେ କାମ କରୁଥିଲା ।  ପରିଚୟ ପତ୍ର, ଆଧାର କାର୍ଡ, ପାସ୍‌ବୁକ୍ ଜଳନ୍ଧର ନାଁରେ କରିଥିଲା।


ପୋଲିସ କମିଶନର କହିଛନ୍ତି, ‘୩ ମାସ ତଳେ ବିବନକୁ ଧରିବା ପାଇଁ  ଅଭିଯାନ ଆରମ୍ଭ କରିଥିଲୁ। ଯାହା ସିବିଆଇ କରିପାରି ନଥିଲା, ତାହା ଆମେ ତାହା କରି ସଫଳ ହେଲୁ।’  ବିବନଙ୍କ ଗିରଫ ନେଇ ସିବିଆଇକୁ ଜଣାଇ ଦେଇଛୁ ବୋଲି କହିଛନ୍ତି ସିପି। ତେବେ ଏତେ ବର୍ଷ ପରେ ବିବନକୁ ଗିରଫ କରିବା ଓଡ଼ିଶା ପୋଲିସ ପାଇଁ ବଡ଼ ସଫଳତା।

୧୯୯୯ ମସିହାରେ ଓଡ଼ିଶାରେ ଘଟିଥିଲା ଏହି ବହୁଚର୍ଚ୍ଚିତ ଅପରାଧିକ ମାମଲା । ବାରଙ୍ଗ ଥାନା ଅଞ୍ଚଳରେ କାର୍ ଭିତରେ ଗଣଦୁଷ୍କର୍ମ ଘଟିଥିଲା। ବେଲଗାଛିଆ ମହଲା ଓ ଭାଲୁକା ଜଙ୍ଗଲରେ ଅମାନୁଷିକ ଭାବେ ୩/୪ ଘଣ୍ଟା ଧରି  ଗଣଦୁଷ୍କର୍ମ କରିଥିଲେ ଦୁର୍ବୃତ୍ତ। ଭୁବନେଶ୍ୱର ଉପକଣ୍ଠସ୍ଥ ବାରଙ୍ଗ ନିକଟବର୍ତ୍ତୀ ଏକ ନିକାଞ୍ଚନ ଜାଗାରେ ତିନିଜଣ ଦୁର୍ବୃତ୍ତ ସେମାନଙ୍କ ପଥରୋଧ କରିବା ସହ ବାନ୍ଧବୀଙ୍କ ସାମନାରେ ଅଞ୍ଜନାକୁ ଗଣଦୁଷ୍କର୍ମ କରିଥିଲେ । ଏଘଟଣା ପ୍ରଘଟ ହେବା ପରେ ପୋଲିସ ତତ୍ପରତାର ସହ ୨୬ ଜାନୁଆରୀ ୧୯୯୯ ଦିନ ମାତ୍ର ଦୁଇଜଣକୁ ଗିରଫ କଲା । ହେଲେ ମୁଖ୍ୟ ଅଭୀଯୁକ୍ତ ଏଯାଏଁ ଧରାପଡ଼ିନଥିଲା ।

ଏହି ଦୁଃଖଦ ଘଟଣା ତତ୍କାଳୀନ ଓଡ଼ିଶାରେ ରାଜନୈତିକ ହଇଚଇ ସୃଷ୍ଟି କରିଥିଲା ।ଏପରିକି, ଉକ୍ତ ଘଟଣାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ତାଙ୍କ ତଥାକଥିତ ବନ୍ଧୁ ତଥା ପୂର୍ବତନ ମହାଧୀବକ୍ତା ଇନ୍ଦ୍ରଜିତ ରାୟଙ୍କର ପ୍ରଛନ୍ନ ହାତ ଥିବା ଅଭିଯୋଗ ହୋଇଥିଲା । ଫଳରେ ଓଡ଼ିଶାର ତତ୍କାଳୀନ ଶାସକ ଦଳ କଂଗ୍ରେସର ଭାବମୂର୍ତ୍ତୀ ଅକ୍ଷୁର୍ଣ୍ଣ ରଖିବା ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ପଟ୍ଟନାୟକଙ୍କୁ ତାଙ୍କ ଆସନ ହରାଇବାକୁ ପଡିଲା ଏବଂ ଶ୍ରୀଯୁକ୍ତ ଗିରିଧର ଗମାଙ୍ଗ ଉକ୍ତ ପଦବୀ ଲାଭ କରିଥିଲେ ।

Share this story