ନାମ ବଡ଼ା ଦର୍ଶନ ଛୋଟା: ବିଦ୍ୟାଭାରତୀଙ୍କ ସହ ସଂପର୍କ ନଥିବା କହିଲେ ଡିଏଫଓ ସଂଗ୍ରାମ କେଶରୀ: କହୁ କହୁ କହିଦେଲେ ଏହି ସବୁ କଥା

parala khemundi case

ଓଡ଼ିଆ ଗସିପ୍ ବ୍ୟୁରୋପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ପଚରାଉଚରା କରିବାକୁ ଆଜି ଡିଏଫଓ ଅଫିସରେ ପହଞ୍ଚିଥିଲା କ୍ରାଇମବ୍ରାଞ୍ଚ ଓ ପୁଲିସ । ଏହି ମୃତ୍ୟୁ ଘଟଣାରେ ଡିଏଫଓଙ୍କୁ ନେଇ ସୌମ୍ୟଙ୍କ ପରିବାର ଲୋକ ଅଭିଯୋଗ ଆଣିଥିଲେ। ଏପରିିକି ବିଦ୍ୟାଭାରତୀଙ୍କ ସହ ସମ୍ପର୍କ ଥିବା ନେଇ ବି ସୌମ୍ୟଙ୍କ ପରିବାର ଲୋକେ ଅଭିଯୋଗ ଆଣିଥିଲେ। ଏସବୁ ଭିତରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଆଜି ଜେରା କରିଥିଲା ପୁଲିସ ଓ କ୍ରାଇମବ୍ରାଞ୍ଚ।

୩ ଘଣ୍ଟା ଧରି ଡିଏଫଓଙ୍କୁ ଜେରା କରାଯାଇଥିଲା । ଜେରା ସମୟରେ ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଖଣ୍ଡନ କରିଥିଲେ ଡିଏଫଓ ସଂଗ୍ରାମ କେଶରୀ ବେହେରା । ବିଦ୍ୟାଭାରତୀଙ୍କ ସହ ତାଙ୍କର କୌଣସି ସଂପର୍କ ନଥିବା ଜେରା ବେଳେ ତଦନ୍ତକାରୀ ଟିମ୍ ଆଗରେ ସେ ପ୍ରକାଶ କରିଛନ୍ତି । ଜେରା ଶେଷ ହେବା ପରେ ପାରଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ତେବେ କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିଥିବା ନେଇ ସେ ସୂଚନା ଦେଇଛନ୍ତି । ସେପଟେ କିନ୍ତୁ ଜେରା ସମ୍ପର୍କରେ କୌଣସି ମତାମତ ଦେଇନାହାନ୍ତି ଡିଏଫଓ ।

ଏସିଏଫଓ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ପୋଲିସ ଓ କ୍ରାଇମବ୍ରାଞ୍ଚ ଟିମ୍ । ଡିଏଫଓଙ୍କ କାର୍ଯ୍ୟାଳୟରେ ଚାଲିଥିଲା ଜେରା । କଡା ସୁରକ୍ଷାବଳୟ ମଧ୍ୟରେ ନିଜ ସରକାରୀ ବସଭବନରୁ କାର୍ଯ୍ୟାଳୟରେ ପହଞ୍ଚିଥିଲେ ଡିଏଫଓ । ଡିଏଫଓ ଆଜି ଅଫିସ ଆସିବା ପାଇଁ ପୁଲିସକୁ ସୁରକ୍ଷା ମାଗିଥିଲେ। ପୂର୍ବରୁ ତାଙ୍କ କାର୍ଯ୍ୟାଳୟରେ ପୋଲିସ ଓ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିସାରିଥିଲେ ।

ସୌମ୍ୟଙ୍କ ମୃତ୍ୟୁ ପରେ ଡିଏଫଓଙ୍କ କିଛି ଦିନ ଧରି ଖୋଜ ଖବର ନଥିଲା ଏବଂ ସେ ଅଫିସ ମଧ୍ୟ ଆସୁନଥିଲେ। ପୂର୍ବରୁ ଡିଏଫଓ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ କି ଏହି ମାମଲାରେ ତାଙ୍କର କୌଣସି ହାତ ନାହଁ ଏବଂ ସୌମ୍ୟଙ୍କ ସହ ତାଙ୍କର ଅଫିସ ସମ୍ପର୍କିତ ସମ୍ପର୍କ ରହିଥିଲା। ତେବେ ଆଜି ଡିଏଫଓଙ୍କୁ ଜେରା ପରେ କିଛି ତଥ୍ୟ ସାମ୍ନାକୁ ଆସିବ ବୋଲି କୁହାଯାଉଛି ।

Share this story