ବର୍ଷାଙ୍କୁ ଅନୁଭବଙ୍କ ଅନୁରୋଧ, ବର୍ଷା, ମୁଁ ତୁମକୁ ହୃଦୟର ଗଭୀରତାରୁ ଭଲ ପାଇଥିଲି, ବିଚ୍ଛେଦ ଥୟ, କିନ୍ତୁ....,
 

Anubhav Mohanty urges Barsha for a respectable divorce
ବର୍ଷାଙ୍କୁ ଅନୁଭବଙ୍କ ଅନୁରୋଧ, ବିଚ୍ଛେଦ ଥୟ, କିନ୍ତୁ....,
 

ଓଡ଼ିଆ ଗସିପ୍ ବ୍ୟୁରୋ: ଓଲିଉଡର ଲୋକପ୍ରିୟ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ପୁଣି ସୋସିଆଲ୍ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ଭିତରେ ଆଜି ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି ଅନୁଭବ ମହାନ୍ତି। 

ବିବାହ ପରେ ବିଦାୟ ବେଳର ଫଟୋ ବି ଏଥିରେ ପୋଷ୍ଟ କରିଛନ୍ତି। ସୋସିଆଲ ମିଡିଆରେ ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ସେ ତାଙ୍କୁ ହୃଦୟରୁ ବହୁତ ଭଲ ପାଆନ୍ତି । 

ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ

ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, ବିବାହ ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି । ଏହି ବିଚ୍ଛେଦ ଏତେ ତିକ୍ତତା ହେଉ ବୋଲି ସେ କେବେ ଚାହିଁ ନାହାନ୍ତି ବୋଲି ଲେଖିଛନ୍ତି । ବିଚ୍ଛେଦ ତ ନିଶ୍ଚିତ ହେବ, ହେଲେ କାହିଁକି ସମ୍ମାନର ସହ ନହେବ ବୋଲି ସେ ପୋଷ୍ଟ କରିଛନ୍ତି।

adimg

ଅଧିକ ପଢ଼ନ୍ତୁ: ରେସ୍ତୋରାଁ ଉପରେ ଆକସ୍ମିକ ଚଢ଼ାଉ, ଆପତ୍ତିଜନକ ଅବସ୍ଥାରେ ୨୦ଜଣ ଯୁବକ ଓ ଯୁବତୀଙ୍କୁ ଧରିଲା ପୁଲିସ 

ଖବର ଅନୁଯାୟୀ, କିଛି ଦିନ ତଳେ ଅନୁଭବ ଓ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାକୁ ଅଗ୍ରାହ୍ୟ କରି ଦେଇଥିଲେ ପରିବାର ଅଦାଲତ । ୨୦୨୦ରେ ଦିଲ୍ଲୀ ପଟିୟାଲା କୋର୍ଟରେ ଛାଡ଼ପତ୍ର ମାମଲା କରିଥିଲେ ସାଂସଦ । ମାମଲା କଟକ ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟରେ ବର୍ଷା ଆବେଦନ କରିବା ପରେ ହାଇକୋର୍ଟରେ ବିଚାର ଆରମ୍ଭ ହୋଇଥିଲା । ପରେ କଟକ ଫ୍ୟାମିଲି କୋର୍ଟକୁ ମାମଲା ହସ୍ତାନ୍ତର କରଥିଲେ ପଟିୟାଲା କୋର୍ଟ ।

Anubhav Mohanty urges Barsha for a respectable divorce

 

ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...

Share this story