ହଠାତ ସାମ୍ନାକୁ ଆସିଲା ଦୁଃଖଦ ଖବର; ମିଳିଲେନି ଡୋନର, ବିପଦରେ ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା!

Pintu Nanda health condition may deteriorated if donor is not found soon

ଓଡ଼ିଆ ଗସିପ ବ୍ୟୁରୋ: ଚିକିତ୍ସା ପାଇଁ ହାଇଦ୍ରାବାଦ ଯିବେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ । ଲିଭର୍ ଟ୍ରାନ୍ସପ୍ଲାଣ୍ଟ ଲାଗି ଦିଲ୍ଲୀରେ ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । ଏନେଇ ପିଣ୍ଟୁ ନନ୍ଦଙ୍କ ବନ୍ଧୁ ସରୋଜ ମଲ୍ଲିକ ସୂଚନା ଦେଇଛନ୍ତି ।

ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ । ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ ।

ତେଣୁ ଗତ ଫେବୃଆରୀ ୭ ତାରିଖରେ ସେ ଦିଲ୍ଲୀ ଗସ୍ତ କରିଥିଲେ ଓ ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ହେଲେ ଡୋନର ନମିଳିବାରୁ ପିଣ୍ଟୁଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୬ ମାସ ମଧ୍ୟରେ ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରେଇବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି । ଯଦି ଲିଭର ଟ୍ରାନ୍ସପ୍ଲାଣ୍ଟ ନହୁଏ ତା’ହେଲେ ପିଣ୍ଟୁଙ୍କ ଅବସ୍ଥା ଆହୁରି ସଙ୍କଟାପନ୍ନ ହୋଇପାରେ ବୋଲି ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ : ୧୩ ବର୍ଷର ଛାତ୍ର ନିଜ ଶିକ୍ଷୟତ୍ରୀଙ୍କୁ କଲା ଗର୍ଭବତୀ, କ୍ଲାସ୍ ରୁମରେ ଉଭୟ କରୁଥିଲେ ଏହି ଅନୈତିକ କାମ

ସୂଚନା ଥାଉକି, ଅଭିନେତା ପିଣ୍ଟୁ ନନ୍ଦଙ୍କ ଲିଭର ନଷ୍ଟ ହୋଇଥିବା କହିଛନ୍ତି ପିଣ୍ଟୁ ନନ୍ଦ । କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ଲିଭର ନଷ୍ଟ ହୋଇଛି । ଖୁବ୍ ଶୀଘ୍ର ଦିଲ୍ଲୀରେ ଲିଭର ପ୍ରତ୍ୟାରୋପଣ ହେବ । ଏଥିରେ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।

ଏଣେ ବନ୍ଧୁ ଓ ପରିବାରବର୍ଗ ଟଙ୍କା ଯୋଗାଡ଼ କରିବାରେ ଲାଗି ପଡ଼ିଥିବାର ସୂଚନା ମିଳିଛି । ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି । ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି ।

ପିଣ୍ଟୁ ବିଭିନ୍ନ ସମୟରେ ନାୟକ/ନାୟିକାଙ୍କ ଭାଇ, ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି । ପିଣ୍ଟୁ ଶତାଧିକ ଓଡ଼ିଆ ଛବିରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ କେତେକ ଉଲ୍ଲେଖନୀୟ ସିନେମା ହେଲା ଜୟ ଜଗନ୍ନାଥ, ବାହୁଡ଼ିବେ ମୋ ଜଗାବଳିଆ, ଆଇ ଲଭ୍ ମାଇଁ ଇଣ୍ଡିଆ, ସାଥୀରେ, ପ୍ରେମ ପାଇଁ ମହାଭାରତ, କଥା ଦେଲି ମଥା ଛୁଇଁ, ଲଭ୍ ମାଷ୍ଟର, ଦୋସ୍ତି, ପ୍ରେମ ଋତୁ ଆସିଲା ରେ, ହାତ ଧରି ଚାଲୁଥା, ରଙ୍ଗନମ୍ବର ଓ ‘ଲଭ୍‌ ଏକ୍ସପ୍ରେସ୍‌’ ଆଦି। ତାଙ୍କ ଅଭିନୀତ ଆଲବମ୍ ଏ ଗଉରା… ତାଙ୍କୁ ପ୍ରାରମ୍ଭିକ ସମୟରେ ସର୍ବାଧିକ ଲୋକପ୍ରିୟ କରିଥିଲା ।

ଆହୁରି ପଢ଼ନ୍ତୁ : ଶନି ଅସନ୍ତୁଷ୍ଟ ରହିଲେ ଦେଖାଯାଏ ଏହି ପ୍ରଭାବ; ଏହି ଉପାୟରେ କରନ୍ତୁ ଶନି ପୂଜା ଦେଖିବେ ଶନି ଦଶା କଟିଯିବ...

ପିଣ୍ଟୁ ନନ୍ଦ ଓଲିଉଡର ଅଧିକାଂଶ ଆଗଧାଡ଼ିର ନି‌ର୍ଦେଶକଙ୍କ ସହ କାମ କରିଛନ୍ତି । ଏମାନଙ୍କ ଭିତରେ ସବ୍ୟସାଚୀ ମହାପାତ୍ର, ସଂଗ୍ରାମ ବିଶ୍ବାଳ, ହର ପଟ୍ଟନାୟକ, ବସନ୍ତ ସାହୁ, ହିମାଂଶୁ ପରିଜା, ସୁଧାଂଶୁମୋହନ ସାହୁ, ସଞ୍ଜୟ ନାୟକ, ଅଶୋକ ପତି, ସୁଶାନ୍ତ ମଣି, ଏସ କେ ମୁରଲୀଧରନ୍, ସୁଧାକର ବସନ୍ତ , ଦିଲୀପ ପଣ୍ଡା ଓ ତାପସ ସରଘରିଆ ପ୍ରମୁଖଙ୍କ ନାମ ରହିଛି ।

Share this story